ଆଜି ଚାଷୀମାନଙ୍କୁ ମିଳିବ କାଳିଆ ସହାୟତା ଅର୍ଥ
ଭୁବନେଶ୍ବର : ଆଜି ଚାଷୀମାନଙ୍କୁ ମିଳିବ କାଳିଆ ସହାୟତା ଅର୍ଥ । ଖରିଫ ଚାଷ ପାଇଁ ମିଳିବ କାଳିଆ ସହାୟତା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାଳିଆ ହିତାଧିକାରୀଙ୍କୁ ସିଧାସଳଖ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସହାୟତା ଅର୍ଥ ବଣ୍ଟନର ଶୁଭାରମ୍ଭ କରିବେ । ୪୬ ଲକ୍ଷରୁ ଅଧିକ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏବଂ ଭୂମିହୀନ କୃଷକ ପରିବାର ଉପକୃତ ହେବେ । ୯୩୩ କୋଟିରୁ ଅଧିକ ଟଙ୍କାର ସହାୟତା ଡିବିଟି ମାଧ୍ୟମରେ ପ୍ରଦାନ କରାଯିବ । ଏହାଛଡା ୧୮ ଲକ୍ଷରୁ ଅଧିକ ଭୂମିହୀନ କୃଷକ ପରିବାରଙ୍କୁ ୩୬୦ କୋଟି ଟଙ୍କାର ଅତିରିକ୍ତ ଆର୍ଥିକ ସହାୟତା ପ୍ରଦାନ ସହ ୩୦ଟି ଜିଲ୍ଲାରେ କାଳିଆ କେନ୍ଦ୍ରର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ।
୨୦୧୮ ଡିସେମ୍ବର ମାସରେ ରାଜ୍ୟର ଚାଷୀମାନଙ୍କ କଲ୍ୟାଣ ନିମନ୍ତେ ମୁଖ୍ୟମନ୍ତ୍ରୀ ‘କାଳିଆ’ ଯୋଜନା ପ୍ରଚଳନ କରିଥିଲେ। ଏହି ଯୋଜନାରେ ପ୍ରତିବର୍ଷ ହିତାଧିକାରୀମାନଙ୍କୁ ଦୁଇଟି ପର୍ୟ୍ୟାୟରେ ୪ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଉଛି। ରାଜ୍ୟ ବଜେଟ୍ରେ ଏଥିପାଇଁ ସ୍ୱତନ୍ତ୍ର ବ୍ୟୟବରାଦ କରାଯାଇଛି। ଏହି ଅର୍ଥରାଶି ସିଧାସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ଜମା କରାଯାଉଛି।
Powered by Froala Editor