ଆଜି ୪୪ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର: ରାଜ୍ୟରେ କମୁଛି ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ମୃତ୍ୟୁ ସଂଖ୍ୟାରେ ବ୍ରେକ ଲାଗୁନଥିବାବେଳେ ତାକୁ ନେଇ ଚିନ୍ତା ପ୍ରକଟ ହୋଇଛି । ୨୪ ଘଣ୍ଟାରେ କରୋନା ନେଇଛି ଆଉ ୪୪ ଜୀବନ । ଖୋର୍ଦ୍ଧାରୁ ସର୍ବାଧିକ ୫ ଜଣଙ୍କର ଜୀବନ ଯାଇଛି । ଗଞ୍ଜାମ, କଳାହାଣ୍ଡି ଓ ପୁରୀ ଜିଲ୍ଲାରୁ ଆଉ ୪ ଜଣ ଲେଖାଏ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି ।
କଟକ, ଜଗତସିଂହପୁର, ଝାରସୁଗୁଡ଼ା, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଆଉ ୩ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ବରଗଡ଼, ବୌଦ୍ଧ. ମୟୂରଭଞ୍ଜ ଜିଲ୍ଲାରୁ ଦୁଇ ଜଣ ଲେଖାଏ ପ୍ରାଣ ହରାଇଛନ୍ତି ।
ଢେଙ୍କାନାଳ, ଗଜପତି, କନ୍ଧମାଳ, କେନ୍ଦୁଝର, ନୂଆପଡ଼ା ଓ ସମ୍ୱଲପୁର ଜିଲ୍ଲାରୁ ଆଉ ଜଣେ ଲେଖାଏ କରୋନାରେ ମୃତ୍ୟୁବରଣ କରିଛନ୍ତି । ରାଜ୍ୟରେ କରୋନା ଜନିତ ମୋଟ୍ ମୃତ୍ୟୁସଂଖ୍ୟା ୩ହଜାର ୪୩୨କୁ ବୃଦ୍ଧି ପାଇଛି ।
Powered by Froala Editor