୩ଦିନ ଯାଏଁ ମଧ୍ୟମ ଧରଣର ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ବର୍ଷା। ଯେଉଁଥିପାଇଁ ରାଜ୍ୟବାସୀ ଆଶ୍ୱସ୍ତ ପାଇଛନ୍ତି ଗରମରୁ । ତେବେ ସାରା ରାଜ୍ୟରେ ମୌସୁମୀ ସକ୍ରିୟ ରହିଥିବାରୁ ଆସନ୍ତା ୩ଦିନ ଯାଏଁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସେଥିଲାଗି ୧୦ଟି ଜିଲ୍ଲାକୁ ୟେଲ୍ଲୋ ୱାର୍ଣ୍ଣିଂ ମଧ୍ୟ ଜାରି ହୋଇଛି ।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର , ଭଦ୍ରକ , ଯାଜପୁର , କେନ୍ଦ୍ରାପଡା , କଟକ , ଜଗତସିଂହପୁର , କେନ୍ଦୁଝର , ମୟୂରଭଞ୍ଜ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ଉତ୍ତର ଓଡ଼ିଶାରେ ବର୍ଷାର ପରିମାଣ ଟିକେ ଅଧିକ ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।
Powered by Froala Editor