ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୨୫ ହଜାର ଟଙ୍କା

ଭୁବନେଶ୍ୱର: ପୁଣି ଏକ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । । ଏହି ଘୋଷଣା ପଦ୍ମପୁରସ୍କାର ବିଜେତାଙ୍କ ପାଇଁ ନବୀନ କରିଛନ୍ତି । ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୨୫ ହଜାର ଟଙ୍କା । ଚଳିତ ବର୍ଷ ଏପ୍ରିଲ ଠାରୁ ଏହି ସମ୍ମାନ ରାଶି ପ୍ରଦାନ କରାଯିବ ବୋଲି ସୂଚନା ଦିଆଯାଇଛି ।
ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ ତରଫରୁ ସୂଚନା ଦିଆଯାଇ କୁହାଯାଇଛି ଯେ, ପଦ୍ମ ପୁରସ୍କାର ଦେଶର ଗୌରବମୟ ବେସାମରିକ ସମ୍ମାନ । ବିଭିନ୍ନ କ୍ଷେତ୍ରରେ ଦେଶକୁ ଗୌରବାନ୍ବିତ କରିଥିବା ବ୍ୟକ୍ତିବିଶେଷଙ୍କୁ ଏହି ସମ୍ମାନ ମିଳିଥାଏ। ପଦ୍ମ ପୁରସ୍କାରପ୍ରାପ୍ତ କୃତୀ ସନ୍ତାନମାନେ ସେମାନଙ୍କ ପ୍ରତିଭା ଓ ସେବା କାର୍ୟ୍ୟ ଦ୍ୱାରା ଓଡିଶାର ଗୌରବ ବୃଦ୍ଧି କରିଛନ୍ତି । ସମାଜକୁ ସେମାନଙ୍କ ବଳିଷ୍ଠ ଅବଦାନର ସ୍ବୀକୃତି ସ୍ବରୂପ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କ ସମ୍ମାନାର୍ଥେ ମାସକୁ ୨୫ ହଜାର ଟଙ୍କା ଲେଖାଏ ଅର୍ଥ ସମ୍ମାନ ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି ।
Powered by Froala Editor