କ୍ୟାବିନେଟ: ମହାନଦୀରେ ନିର୍ମାଣ କରାଯିବ ଆଉ ଏକ ସେତୁ
ଭୁବନେଶ୍ୱର: ଶନିବାର ଅନୁଷ୍ଠିତ ହୋଇଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ମୋଟ ୧୪ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ରାଜ୍ୟ ସରକାରଙ୍କ ପଞ୍ଚମ ପାଳିର ଏହା ଥିଲା ଶେଷ କ୍ୟାବିନେଟ ବୈଠକ ।
ତେବେ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ଅନୁଯାୟୀ ମହାନଦୀରେ ଆଉ ଏକ ସେତୁ ନିର୍ମାଣ କରାଯିବ । ଏହି ପ୍ରସ୍ତାବକୁ କ୍ୟାବିନେଟରେ ମଞ୍ଜୁରୀ ମିଳିଛି । ସାଲେପୁର ବ୍ଲକ ବ୍ରାହ୍ମଣଖଣ୍ଡ-ସାହୁଖେତ ରାସ୍ତାରେ ସେତୁ ନିର୍ମାଣ କରାଯିବ । ସେତୁ ନିର୍ମାଣରେ ୧୨୮ କୋଟି ଟଙ୍କା ଖର୍ଚ୍ଚ ହେବାକୁ ଥିବାବେଳେ ୩ ବର୍ଷରେ ନିର୍ମାଣ କାମ ଶେଷ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି ।
Powered by Froala Editor