ଦାମଙ୍କ ପରଲୋକରେ ରାଷ୍ଟ୍ରପତିଙ୍କ ଶୋକପ୍ରକାଶ
ଭୁବନେଶ୍ୱର: ବିଜେଡିର ବରିଷ୍ଠ ନେତା ଡାକ୍ତର ଦାମୋଦର ରାଉତଙ୍କର ଆଜି ଭୋର ୫ଟା ୨୩ ମିନିଟରେ ପରଲୋକ ହୋଇଛି। ୮୩ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ତାଙ୍କର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଦାମ ରାଉତଙ୍କ ପରଲୋକରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୋକପ୍ରକାଶ କରିଛନ୍ତି। ସୋଶାଲ ମିଡିଆ ଏକ୍ସରେ ଉଲ୍ଲେଖ କରିଛନ୍ତି ଯେ, ଓଡ଼ିଶା ଏବଂ ଦେଶର ଉନ୍ନତି ପାଇଁ ତାଙ୍କ ଅବଦାନ ସ୍ମରଣୀୟ। ପରିବାର ବର୍ଗଙ୍କ ସହ ଅନୁଗାମୀଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ରାଷ୍ଟ୍ରପତି।
Powered by Froala Editor