ଲୋକଙ୍କ ସେବା ତଥା ଉନ୍ନତି ପାଇଁ ଦାମଙ୍କ କାର୍ୟ୍ୟ ସର୍ବଦା ସ୍ମରଣୀୟ ରହିବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ବିଜେଡିର ବରିଷ୍ଠ ନେତା ଡାକ୍ତର ଦାମୋଦର ରାଉତଙ୍କର ଆଜି ଭୋର ୫ଟା ୨୩ ମିନିଟରେ ପରଲୋକ ହୋଇଛି। ୮୩ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ତାଙ୍କର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଦାମ ରାଉତଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଓଡ଼ିଶା ରାଜନୀତିରେ ଏହା ଏକ ଅପୂରଣୀୟ କ୍ଷତି ବୋଲି ସୋସିଆଲ ମିଡିଆ ଏକ୍ସରେ ଉଲ୍ଲେଖ କରିଛନ୍ତି ମୁଖ୍ୟମନ୍ତ୍ରୀ। ଲୋକଙ୍କ ସେବା ତଥା ଉନ୍ନତି ପାଇଁ ତାଙ୍କ କାର୍ୟ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି ସହ ଶୋକସନ୍ତପ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି ନବୀନ ପଟ୍ଟନାୟକ।
Powered by Froala Editor