ଦାମଙ୍କ ବିୟୋଗରେ ଶୋକପ୍ରକାଶ କଲେ ଧର୍ମେନ୍ଦ୍ର
ଭୁବନେଶ୍ୱର: ବିଜେଡିର ବରିଷ୍ଠ ନେତା ଡାକ୍ତର ଦାମୋଦର ରାଉତଙ୍କର ଆଜି ଭୋର ୫ଟା ୨୩ ମିନିଟରେ ପରଲୋକ ହୋଇଛି। ୮୩ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ତାଙ୍କର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଦାମ ରାଉତଙ୍କ ପରଲୋକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକବ୍ୟକ୍ତ କରିଛନ୍ତି। ସେ ସୋଶାଲ ମିଡିଆ ଏକ୍ସରେ ଉଲ୍ଲେଖ କରିଛନ୍ତି ଯେ, ଓଡ଼ିଶା ଜଣେ ସ୍ପଷ୍ଟବାଦୀ ଓ ଅନୁଭବୀ ରାଜନେତାଙ୍କୁ ହରାଇଲା। ଦୀର୍ଘ ବର୍ଷ ଧରି ରାଜନୀତିରେ ରହି ଲୋକକଲ୍ୟାଣ କାର୍ୟ୍ୟରେ ନିଜୟକୁ ନିୟୋଜିତ କରିଥିଲେ ଦାମୋଦର ରାଉତ।
Powered by Froala Editor