ରାଜ୍ୟରେ ୩୯ ଜଣଙ୍କ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର: ରାଜ୍ୟରେ ପଜିଟିଭ୍ ହାର ହ୍ରାସ ପାଇଥିବାବେଳେ ମୃତ୍ୟୁ ହାରରେ ଲାଗୁନି ବ୍ରେକ୍। ପ୍ରତ୍ୟେକ ଦିନ ନୂଆ ରେକର୍ଡ ସୃଷ୍ଟି କରୁଛି କରୋନା ଜନିତ ମୃତ୍ୟୁ ସଂଖ୍ୟା। ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୩୯ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୪୭୧ କୁ ବୃଦ୍ଧି ପାଇଛି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୬୩୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଦୈନିକ ସଂକ୍ରମଣ ହାର କମୁଥିବା ଦେଖିବାକୁ ମିଳିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୦୬୯ ପଜିଟିଭି ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୫୬୨ ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮ ଲକ୍ଷ ୬୬ ହଜାର ୬୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୪୫ ହଜାର ୮୦୯ଜଣ ଆକ୍ଟିଭ୍ କେସ୍ ରହିଥିବା ବେଳେ ୮ ଲକ୍ଷ ୧୭ ହଜାର ୩୫୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୩୪୭୧ଜଣଙ୍କର ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୨୮୯୯୮୫୫ ସାମ୍ପୁଲ ଟେଷ୍ଟ୍ ହୋଇଛି।
Powered by Froala Editor