ଆଜି ରାଜ୍ୟରେ ୩୬୩୧ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୬୩୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଦୈନିକ ସଂକ୍ରମଣ ହାର କମୁଥିବା ଦେଖିବାକୁ ମିଳିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୦୬୯ ପଜିଟିଭି ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୫୬୨ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୬୬୬୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
Powered by Froala Editor