ରାଜ୍ୟରେ ଜାରି ରହିଛି ବର୍ଷା
ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ବର୍ଷା।ସାମାନ୍ୟରୁ ମଧ୍ୟମ ଧରଣର କାଳବୈଶାଖୀ ନେଇ ଗୁରୁବାର ଦିନ ପାଣିପାଗ ବିଭାଗ ଜାରି କରିଛି ୟେଲୋ ୱାର୍ଣ୍ଣିଂ। ଉପକୂଳ ଓ ଏହା ସଂଲଗ୍ନ ଜିଲ୍ଲାଗୁଡ଼ିକରେ ଗୁରୁବାର ବିକ୍ଷିପ୍ତ ସ୍ୱଳ୍ପ ବର୍ଷା ହେବାର ସମ୍ଭାବନା ଅଛି । ସେହିପରି ୧୮ ଓ ୧୯ ତାରିଖରେ ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ହେବ ବୋଲି ପାଣିପାଗବିତ୍ ପୂର୍ବାନୁମାନ କରିଛନ୍ତି । ୨୦ରୁ ପାଗ ବଦଳିବ । କାଁ ଭାଁ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବା ସହିତ ପାଗ ଶୁଖିଲା ରହିବ ।
ପାଣିପାଗ ବିଭାଗ ପକ୍ଷରୁ ୧୧ ଜିଲ୍ଲା ଲାଗି ସତର୍କ ସୂଚନା ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡା, ମାଲକାନଗିରି, ନୂଆପଡ଼ା, କନ୍ଧମାଳ, ଗଞ୍ଜାମ ଓ ବଲାଙ୍ଗୀର ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ।
ଆଗାମୀ ୩ ଘଣ୍ଟା ମଧ୍ୟରେ ଏହି ୧୧ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ଆଶଙ୍କା ରହିଛି। ତେବେ ପାଣିପାଗକୁ ଦୃଷ୍ଟିରେ ରଖି ତଦନୁଯାୟୀ ସୁରକ୍ଷିତ ସ୍ଥାନରେ ରହିବା ପାଇଁ ଜନସାଧାରଣଙ୍କୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।
Powered by Froala Editor