ଉତ୍କଳ ଦିବସରରେ ଓଡ଼ିଶାର ଉନ୍ନତି ପାଇଁ ପ୍ରାର୍ଥନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଉତ୍କଳ ଦିବସରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟୁଇଟ୍ କରି ଓଡ଼ିଶାବାସୀଙ୍କୁ ଉତ୍କଳ ଦିବସର ଶୁଭେଚ୍ଛା ଜଣାଇବା ସହିତ ଓଡ଼ିଶାର ଉନ୍ନତି ପାଇଁ ପ୍ରାର୍ଥନା କରିଛନ୍ତି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ଟ୍ଵିଟରେ କହିଛନ୍ତି, “ସବୁ କ୍ଷେତ୍ରରେ ଓଡ଼ିଶା ଲେଖୁଛି ଏକ ଗରିମାମୟ ଇତିହାସ। ପ୍ରତିଟି ଓଡ଼ିଆଙ୍କ ପ୍ରତିବଦ୍ଧତାରେ ଓଡ଼ିଶା ହୋଇଛି ସମୃଦ୍ଧ। ରୂପାନ୍ତରଣର ଏ ଯୁଗ ସହ ତାଳ ଦେଇ ବିକଶିତ ଓଡ଼ିଶା ଗଠନ କରିବା ହେଉଛି ଓଡ଼ିଆର ସଙ୍କଳ୍ପ। ଏହି ଓଡ଼ିଶା ଦିବସ ରେ ଆସନ୍ତୁ ଆମ ଅସ୍ମିତା ଓ ସ୍ୱାଭିମାନକୁ ଆହୁରି ବଳିଷ୍ଠ କରି ବିକଶିତ ଓଡ଼ିଶା ଗଢ଼ିବା ଦିଗରେ ଆଗକୁବଢିବା ”
Powered by Froala Editor