ଉତ୍କଳ ଦିବସରେ ଓଡ଼ିଶାବାସୀଙ୍କୁ ରାଷ୍ଟ୍ରପତିଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ଆଜି ଉତ୍କଳ ଦିବସ । ୧୯୩୬ ମସିହା ଏପ୍ରିଲ ୧ ତାରିଖ ଦିନ ଏକ ସ୍ବତନ୍ତ୍ର ରାଜ୍ୟ ଭାବେ ଗଢି ଉଠିଥିଲା ଓଡିଶା । ଏହି ଦିବସ ଅବସରରେ ଓଡିଶାବାସୀଙ୍କୁ ଛୁଟିଛି ଶୁଭେଚ୍ଛାରେ ସୁଅ । ଉତ୍କଳ ଦିବସ ଅବସରରେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଟ୍ବିଟ କରି କହିଛନ୍ତି, "ଓଡିଶା ଦିବସ ଅବସରରେ ଓଡ଼ିଶାବାସୀ ତଥା ଦେଶବିଦେଶରେ ରହୁଥିବା ଓଡ଼ିଆ ଭାଇଭଉଣୀମାନଙ୍କୁ ମୁଁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି । ଓଡ଼ିଶା ତା'ର ବିପୁଳ ପ୍ରାକୃତିକ ସମ୍ପଦ ଏବଂ ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ପାଇଁ ସୁପରିଚିତ । ଯେ କୌଣସି ପ୍ରତିକୂଳ ପରିସ୍ଥିତିର ସମ୍ମୁଖୀନ ହେବାର ସାମର୍ଥ୍ୟ ବହନ କରୁଥିବା ଓଡ଼ିଶାର ଜନସାଧାରଣଙ୍କର ରାଜ୍ୟ ତଥା ଦେଶର ବିକାଶରେ ବଡ଼ ଅବଦାନ ରହିଛି । ଶତାବ୍ଦୀ ଶତାବ୍ଦୀ ଧରି ଆଧୁନିକ ଭାରତର ନିର୍ମାତାମାନଙ୍କ ସମେତ ଅନେକ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ଜନ୍ମ ଦେଇଛି ଓଡ଼ିଶା । ଅଧିକରୁ ଅଧିକ ସଫଳତା ଓ ସମୃଦ୍ଧି ପାଇଁ ରାଜ୍ୟ ଓ ରାଜ୍ୟବାସୀଙ୍କୁ ମହାପ୍ରଭୁ ଶ୍ରୀଜଗନ୍ନାଥ ଆଶୀର୍ବାଦ କରନ୍ତୁ, ଏହା ମୋର ଆନ୍ତରିକ କାମନା ।"
Powered by Froala Editor