କଂଗ୍ରେସରୁ ଇସ୍ତଫା ଦେବା ପରେ ଏହା କହିଲେ ଗଣେଶ୍ୱର ବେହେରା

ଭୁବନେଶ୍ୱର: ୨୪ ନିର୍ବାଚନ ମୋ ପାଇଁ ଗୁରୁତ୍ୱପୂର୍ଣ୍ଣ। ଏ ନିର୍ବାଚନ ଜିତିବାକୁ ପଡ଼ିବ। ବିଧାନସଭା ଯିବା ଲକ୍ଷ୍ୟ ପୂରଣ ପାଇଁ ଏହି ନିଷ୍ପତ୍ତି ନେଇଛି। କଂଗ୍ରେସରେ ରହି ବିଧାନସଭା ଯିବା ନେଇ ଆଶଙ୍କା ସୃଷ୍ଟି ହେଲା। ସମସ୍ତଙ୍କ ପରାମର୍ଶ ଓ ବହୁ ଆଲୋଚନା ପରେ ଏହି ପଦକ୍ଷେପ ନେଲି। ଦଳ ଛାଡ଼ିଛି, ହେଲେ ପ୍ରସଙ୍ଗଠୁ ଦୂରେଇ ଯାଇନାହିଁ। କଂଗ୍ରେସରୁ ଇସ୍ତଫା ଦେବା ପରେ ଏହା କହିଛନ୍ତି ଗଣେଶ୍ୱର ବେହେରା।
କଂଗ୍ରେସରୁ ଆଜି ଇସ୍ତଫା ଦେଇଛନ୍ତି ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା। ସେ ତାଙ୍କ ଇସ୍ତଫାପତ୍ର ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତିଙ୍କ ନିକଟକୁ ପଠାଇ ଦେଇଛନ୍ତି।
ସେଥିରେ ସେ ଲେଖିଛନ୍ତି, ମୁଁ କଂଗ୍ରେସର ପ୍ରାଥମିକ ସଭ୍ୟ ପଦରୁ ଇସ୍ତଫା ଦେଉଛି। କଂଗ୍ରେସ ଦଳ ମୋତେ ବିଧାୟକ ତଥା ବିଭିନ୍ନ କର୍ମକର୍ତ୍ତା ଭାବେ ଲୋକଙ୍କ ସେବା କରିବାର ସୁଯୋଗ ଦେଇଥିବାରୁ କୃତଜ୍ଞତା ଜ୍ଞାପନ କରୁଛି। ଗଣେଶ୍ୱର ବେହେରା କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇରୁ କଂଗ୍ରେସ ଟିକେଟରେ ଦୁଇ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୧୯୮୫ରୁ ୧୯୯୦ ଓ ୧୯୯୫ରୁ ୨୦୦୦ ପର୍ୟ୍ୟନ୍ତ ସେ ବିଧାନସଭାର ସଦସ୍ୟ ରହିଥିଲେ। ୨୦୦୦ ଓ ୨୦୦୪ରେ ସେ ପଟ୍ଟାମୁଣ୍ଡାଇରୁ ନିର୍ବାଚନ ଲଢ଼ି ପରାସ୍ତ ହୋଇଥିଲେ। ୨୦୦୯, ୨୦୧୪ ଓ ୨୦୧୯ରେ ଗଣେଶ୍ୱର ବେହେରା କେନ୍ଦ୍ରାପଡ଼ା ବିଧାନସଭା ଆସନରୁ ପ୍ରାର୍ଥୀ ହୋଇ ବିଜେଡି ପ୍ରାର୍ଥୀଙ୍କଠାରୁ ପରାସ୍ତ ହୋଇଥିଲେ।
Powered by Froala Editor