ଏଥର ବି ରେପୋ ରେଟ ଅପରିବର୍ତ୍ତିତ

ନୂଆଦିଲ୍ଲୀ: ଲଗାତାର ସପ୍ତମ ଥର ପାଇଁ ଅପରିବର୍ତ୍ତିତ ରହିଲା ରେପୋ ରେଟ୍। ଏଥର ବି ରେପୋ ରେଟରେ କୌଣସି ପରିବର୍ତ୍ତନ କରିନି ରିଜର୍ଭ ବ୍ୟାଙ୍କ୍ ଅଫ୍ ଇଣ୍ଡିଆ (ଆରବିଆଇ)। ଫଳରେ ୬.୫ ପ୍ରତିଶତରେ ରେପୋ ରେଟ୍ ଅପରିବର୍ତ୍ତିତ ରହିଛି।
ଭାରତୀୟ ରିଜର୍ଭ ବ୍ୟାଙ୍କ ଆଜି ଏହାର ମୁଦ୍ରା ନୀତି(ଆରବିଆଇ କ୍ରେଡିଟ୍ ପଲିସି) ଘୋଷଣା କରିଛି। ରେପୋ ରେଟରେ କୌଣସି ପରିବର୍ତ୍ତନ କରାଯାଇନଥିବା ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ କହିଛନ୍ତି। ସେଣ୍ଟ୍ରାଲ୍ ବ୍ୟାଙ୍କ୍ ମନିଟାରୀ ପଲିସି କମିଟି (ଏମପିସି)ର ଛଅ ଜଣିଆ ସଦସ୍ୟ ରେପୋ ହାରକୁ ୬.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି ନେଇଥିବା ଆରବିଆଇ ଗଭର୍ଣ୍ଣର କହିଛନ୍ତି।
ଗତ ବର୍ଷ ଫେବୃଆରୀରେ ଶେଷ ଥର ପାଇଁ ରେପୋ ରେଟ୍ ପରିବର୍ତ୍ତନ ହୋଇଥିଲା। ଏହା ପରଠାରୁ କୌଣସି ପରିବର୍ତ୍ତନ କରାଯାଇ ନାହିଁ।
Powered by Froala Editor