ବୀରବିକ୍ରମ ଯାଦବ ପୁଣି ଥରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ
ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ଭାବେ ୧୯୯୬ ବ୍ୟାଚ୍ ଆଇଏଏସ୍ ବୀରବିକ୍ରମ ଯାଦବଙ୍କୁ ନିଯୁକ୍ତି ମିଳିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଇନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଶ୍ରୀ ଯାଦବ ନିଜର ଦାୟିତ୍ୱ ସହ ଅତିରିକ୍ତ ଭାବେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ୱ ତୁଲାଇବେ । ଶ୍ରୀ ଯାଦବ ଏବେ ପୂର୍ତ୍ତ ବିଭାଗ ସମେତ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ପ୍ରମୁଖ ସଚିବ ଭାବେ କାର୍ଯ୍ୟ କରୁଛନ୍ତି ।
ବୀର ବିକ୍ରମ ଯାଦବ ପୂର୍ବରୁ ମଧ୍ୟ ଶ୍ରୀମନ୍ଦିର ପ୍ରଶାସନର ଦାୟିତ୍ୱରେ ରହିସାରିଛନ୍ତି । ଆଉ ଏବେ ତାଙ୍କୁ ପୁଣିଥରେ ସେହି ସମାନ ଦାୟିତ୍ୱ ଦେଇଛନ୍ତି ରାଜ୍ୟ ସରକାର ।
ଗତ ୩ଦିନ ପୂର୍ବରୁ ରାଜ୍ୟ ସରକାର ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନର ଇନଚାର୍ଜ ମୁଖ୍ୟ ପ୍ରଶାସକଙ୍କଠୁ ଏହି ଦାୟିତ୍ୱ କାଢ଼ି ନେଇଥିଲେ । ଶ୍ରୀମନ୍ଦିର ପ୍ରଶାସନରେ ଜଣେ ଫୁଲଟାଇମ୍ ମୁଖ୍ୟ ପ୍ରଶାସକ ନିଯୁକ୍ତି ଦେବା ନିମନ୍ତେ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ ଥିଲେ ମଧ୍ୟ ସରକାର ପୁଣିଥରେ ଜଣେ ଆଇଏଏସ ଅଫିସରଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଅସ୍ଥାୟୀ ଦାୟିତ୍ୱ ନ୍ୟସ୍ତ କରିଛନ୍ତି।
Powered by Froala Editor