ସିଇଓଙ୍କ ନିକଟରେ ଫେରାଦ ହେଲା ବିଜେଡି
ଭୁବନେଶ୍ୱର: ବିଜେଡିର ଏକ ପ୍ରତିନିଧି ଦଳ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଛନ୍ତି। ବ୍ରହ୍ମପୁର ଲୋକସଭା ଆସନରୁ ନିର୍ବାଚନ ଲଢୁଥିବା ବିଜେପି ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଅଭିଯୋଗ କରିଛନ୍ତି। ନିର୍ବାଚନରେ ନିୟୋଜିତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କୁ ନାଲି ଆଖି ଦେଖାଉଥିବା ନେଇ ସିଇଓଙ୍କ ନିକଟରେ ଫେରାଦ ହୋଇଛି ବିଜେଡି। ସରକାରୀ ଅଫିସରମାନେ ପ୍ରଦୀପ ପାଣିଗ୍ରାହୀଙ୍କ କଥା ନମାନିଲେ ତାଙ୍କୁ ବଦଳି କରିବା ପାଇଁ ଧମକ ଦେଉଛନ୍ତି। ସେଥିପାଇଁ ପ୍ରଦୀପଙ୍କ ବିରୋଧରେ ସିଇଓଙ୍କୁ ଭେଟି କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛି ବିଜେଡି।
Powered by Froala Editor