ଆଜି ରାଜ୍ୟରେ ୩୭ ଜଣଙ୍କ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର: ଆଜି ରାଜ୍ୟରେ ୩୭ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୩,୫୦୮କୁ ଛୁଇଁଛି । ଦିନକୁ ଦିନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ମୃତ୍ୟୁ ସଂଖ୍ୟା ବି କମୁଥିବା ଦେଖିବାକୁ ମିଳିଛି। ଯାହାକୁ ନେଇ ରାଜ୍ୟରେ ସାମାନ୍ୟ ଆଶ୍ୱସ୍ତି ଦେଖିବାକୁ ମିଳିଛି।
ସୂଚନାନୁସାରେ, ଗତ ୨୪ ଘଣ୍ଟା ମଧ୍ୟରେ ୩୮୦୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୭୦୪୯୮ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧୭୨ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୧୬୩୪ଜଣ ଲୋକାଲ୍ କେସ୍ ରହିଛନ୍ତି ।
Powered by Froala Editor