ଆଜି ୮ଟା ୩୦ ସୁଦ୍ଧା ସବୁଠୁ ଉତ୍ତପ୍ତ ସହର ପାଲଟିଛି ରାଜଧାନୀ

ଭୁବନେଶ୍ଵର: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସହ ଅସହ୍ୟ ତାତିରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ। ସକାଳ ୮ଟା ପରେ ଘରକୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଆଜି ସକାଳ ୮ଟା ୩୦ ସୁଦ୍ଧା ୩୨ ଡିଗ୍ରୀ ଟପିଛି ପାରଦ। ରାଜଧାନୀ ଭୁବନେଶ୍ୱର ସବୁଠୁ ଉତ୍ତପ୍ତ ସହର ପାଲଟିଛି।
ରାଜଧାନୀର ତାପମାତ୍ରା ୩୨.୬ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ପାରାଦୀପ ୩୨ ଡିଗ୍ରୀ, ପୁରୀ ୩୨ଡିଗ୍ରୀ, କେନ୍ଦୁଝର ୩୨ଡିଗ୍ରୀ ବାଲେଶ୍ୱର ୩୧.୮ ଡିଗ୍ରୀ, ଚାନ୍ଦବାଲି ୩୧.୬ ଡିଗ୍ରୀ, ଝାରସୁଗୁଡା ୩୦.୮ ଡିଗ୍ରୀ, ହୀରାକୁଦ ୩୦. ୨ ଡିଗ୍ରୀ, ସମ୍ବଲପୁର ୩୦ ଡିଗ୍ରୀ, ରାଉରକେଲା ୩୦ ଡିଗ୍ରୀ ଓ ଗୋପାଳପୁରରେ ୨୯.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।
Powered by Froala Editor