ଖୁବ୍ ଜଲଦି ଆସିବ ବିଜେଡିର ନିର୍ବାଚନୀ ଇସ୍ତାହାର
ଭୁବନେଶ୍ବର : ଶୀଘ୍ର ଆସିବ ବିଜେଡିର ନିର୍ବାଚନୀ ଇସ୍ତାହାର । ଗତ ଶନିବାର ଶଙ୍ଖ ଭବନରେ ପ୍ରଥମ ବୈଠକ ବସିବା ପରେ ମତାମତଆସିବା ଆରମ୍ଭ ହୋଇଛି । ଏଥର ଛାତ୍ର ଓ ଯୁବକଙ୍କୁ ଇସ୍ତାହରରେ ବିଜେଡି ଦେବ ପ୍ରାଥମିକତା । ଚାଷୀ, ମହିଳାଙ୍କ ପରି ବିଜେଡି ଫୋକସରେ ଯୁବକ ଓ ଛାତ୍ର । ଏଥର ବି ଦଳର ନିର୍ବାଚନୀ ଇସ୍ତାହାରରେ ସବୁ ବର୍ଗକୁ ପ୍ରାଧାନ୍ୟ ମିଳିବ। ଖାସ୍ କରି ଛାତ୍ର ଇସ୍ତାହାର ଓ ଯୁବ ବଜେଟକୁ ବିଜୁ ଜୁଜନତା ଦଳ ଗୁରୁତ୍ବ ଦେବ । ଛାତ୍ର ଓ ଯୁବ ସମାଜର ଭବିଷ୍ୟତ ଗଢିବାରେ ଏସବୁ ହେବ ସହାୟକ । ଛାତ୍ର ଇସ୍ତାହାରରେ କ’ଣ ରହିବ , ସେ ନେଇ ବିଭିନ୍ନ ଜିଲ୍ଲାରୁ ଛାତ୍ରଛାତ୍ରୀଙ୍କ ମତାମତ ଅଣାଯାଇଛି । ସେହିପରି କୃଷି ବଜେଟ ପରି
ଯୁବ ବଜେଟ ଆଣାଯିବ । ଦକ୍ଷତା ବିକାଶ ସହ ଯୁବକଙ୍କୁ ରୋଜଗାରକ୍ଷମ କରିବା ଲକ୍ଷ୍ୟ ନେଇ ଏହି ବଜେଟ ପ୍ରସ୍ତୁତ କରାଯିବ । ଷଷ୍ଠ ଥର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ କ୍ୟାବିନେବି ଟରେ ହିଁ ଛାତ୍ର ଇସ୍ତାହାର ଓ ଯୁବ ବଜେଟ ଉପରେ ମୋହର ମାରିବେ ନବୀନ । ସାଂସଦ ଚନ୍ଦ୍ରଶେଖର ସାହୁଙ୍କ ଅଧ୍ୟକ୍ଷତାରେ ଗଠନ ହୋଇଥିବା ବିଜେଡିର ୩୮ ଜଣିଆ ନିର୍ବାଚନ ଇସ୍ତାହାର କମିଟି କାମ ଆରମ୍ଭ କରି ଦେଇଛି । ଏ ସମସ୍ତ ନେତା ସମାଜର ବିଭିନ୍ନ କ୍ଷେତ୍ର,ବିଭିନ୍ନ ଅଞ୍ଚଳ, ବିଭିନ୍ନ ବର୍ଗର ଲୋକଙ୍କ ମତାମତ ନେଇ
ନବୀନ ଓଡ଼ିଶା, ସଶକ୍ତ ଓଡ଼ିଶା ଗଠନ ପାଇଁ ଆଲୋଚନା କରି ଦଳୀୟ ଇସ୍ତାହାର ପ୍ରସ୍ତୁତ କରୁଛନ୍ତି ।ଇସ୍ତାହାରର ଚୂଡ଼ାନ୍ତ ରୂପରେଖରେ ମୋହର ମାରିବେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକଙ୍କ ମୌଳିକ ଆବଶ୍ୟକତାକୁ ଫୋକସ ଦିଆଯାଇଥିବା ବେଳେ ସେଥିରେ ରହିବ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶର ଗ୍ୟାରେଣ୍ଟି ।
Powered by Froala Editor