UPSC ପରୀକ୍ଷାରେ ଦ୍ୱିତୀୟ ସ୍ଥାନରେ ଓଡିଆ ପୁଅ ଅନିମେଶ ପ୍ରଧାନ

ଭୁବନେଶ୍ବର: ୨୦୨୩ UPSC ପ୍ରଶାସନିକ ସେବା ପରୀକ୍ଷା ଫଳ ପ୍ରକାଶ ପାଇଛି। ଆଦିତ୍ୟ ଶ୍ରୀବାସ୍ତବ ଟପ୍ପର ହୋଇଥିବା ବେଳେ ଦ୍ୱିତୀୟ ସ୍ଥାନରେ ଅଛନ୍ତି ଓଡିଆ ପୁଅ ଅନିମେଶ ପ୍ରଧାନ ଏବଂ ତୃତୀୟ ସ୍ଥାନରେ ଡୋନୁରୁ ଅନନ୍ୟା ରେଡ୍ଡୀ।
UPSC ପ୍ରତିବର୍ଷ ତିନୋଟି ପର୍ଯ୍ୟାୟରେ ସିଭିଲ ସର୍ଭିସେସ୍ ପରୀକ୍ଷା କରାଇଥାଏ, ଏଥିରେ ଭାରତୀୟ ପ୍ରଶାସନିକ ସେବା (IAS), ଭାରତୀୟ ବୈଦେଶିକ ସେବା (IFS) ଏବଂ ଭାରତୀୟ ପୁଲିସ ସେବା (IPS)ର ଅଧିକାରୀ ଚୟନ କରାଯାଇଥାଏ। ଏଥିପାଇଁ ତିନିଟି ପର୍ଯ୍ୟାୟ ପ୍ରାଥମିକ, ମୁଖ୍ୟ ଏବଂ ସାକ୍ଷାତକାର ପରୀକ୍ଷା ହୋଇଥାଏ।
୨୦୨୩ ବର୍ଷ ପାଇଁ ହୋଇଥିବା ପରୀକ୍ଷାରେ ମୋଟ ୧,୦୧୬ ଜଣ ପ୍ରାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ଓଡ଼ିଶାରୁ ପ୍ରଜ୍ଞାନନ୍ଦନ ଗିରି ୨୪ ରାଙ୍କ ପାଇଥିବା ବେଳେ ୩୬ ନଂ ରାଙ୍କରେ ଅଛନ୍ତି ଆୟୁଷି ପ୍ରଧାନ। ସେହିପରି ଜୟଶ୍ରୀ ପ୍ରଧାନ(୫୨), ଅଭିମନ୍ୟୁ ମଲ୍ଲିକ(୬୦), ଅମ୍ରିତାଂଶୁ ନାୟକ(୧୧୦), ଯଶୋବନ୍ତ ମଲ୍ଲିକ(୧୧୫), ପଦ୍ମନାଭ ମିଶ୍ର(୧୭୬) ସ୍ଥାନରେ ଅଛନ୍ତି।
Powered by Froala Editor