ଅସମ୍ଭାଳ ତାତି, ୨୦ ପର୍ୟ୍ୟନ୍ତ ମିଳିବନି ନିସ୍ତାର
ଭୁବନେଶ୍ୱର: ସାରା ରାଜ୍ୟରେ ଏବେ ଅସମ୍ଭାଳ ତାତି। ଉପକୂଳ ଓଡ଼ିଶାରେ ଅଗ୍ନିବର୍ଷା ଅଧିକ ହେଉଛି। ଆଜି ଓ କାଲି ରାଜ୍ୟରେ ସିଭିୟର ହିଟ୍ଓ୍ବେଭ୍ ପାଇଁ ୪ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୧୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ବିଶେଷ କରି ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର, କଟକ, ଖୋର୍ଦ୍ଧା, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, କୋରାପୁଟ ଏବଂ ମାଲକାନଗିରିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ସତର୍କତା ଜାରି କରାଯାଇଛି।ଆସନ୍ତା ୨୦ ତାରିଖ ପର୍ୟ୍ୟନ୍ତ ମିଳିବନି ନିସ୍ତାର।
୨୧ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ଏଭଳି ଗ୍ରୀଷ୍ମ ପ୍ରବାହ ଜାରି ରହିବ। ସ୍ଥିତିକୁ ଦେଖି ଆସନ୍ତା ୨୦ ତାରିଖ ପର୍ୟ୍ୟନ୍ତ ସ୍କୁଲ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। ୨୧ ତାରିଖ ପରେ ତାତିରୁ ମିଳିପାରେ ସାମାନ୍ୟ ଆଶ୍ବସ୍ତି ମିଳିପାରେ ।
Powered by Froala Editor