ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା ବିଧାନସଭା ଆସନ
ଭୁବନେଶ୍ୱର: ଶନିବାର ବିଜେଡି ପକ୍ଷରୁ ବିଧାନସଭା ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀତାଲିକା ଘୋଷଣା କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନିଜେ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି । ତେବେ ବଡ଼ଚଣା ବିଧାନସଭା ଆସନ ପାଇଁ ମୁଖ୍ୟମନ୍ତ୍ରୀ ସରପ୍ରାଇଜ ଦେଇଛନ୍ତି । ଏହି ଆସନରୁ ନିକଟରେ ବିଜେଡିରେ ସାମିଲ ହୋଇଥିବା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ବିଜେଡି ଟିକେଟ ଦେଇଛି । ଏହି ଆସନରେ ବରିଷ୍ଠ ନେତା ଅମରପ୍ରସାଦ ଶତପଥୀ ଟିକେଟ ପାଇଁ ଆଶାୟୀ ଥିଲେ । ତେବେ ତାଙ୍କ ଟିକେଟ କାଟି ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି ।
ପ୍ରକାଶ ଯେ ପ୍ରଥମ ପର୍ୟ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପରେ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହେଲାଣି । କିନ୍ତୁ ଏବେବି ଅନେକ ଆସନରେ ୩ ପ୍ରମୁଖ ରାଜନୈତିକ ଦଳ ପ୍ରାର୍ଥୀ ଘୋଷଣା କରିନାହାନ୍ତି ।
Powered by Froala Editor