ଏନକାଉଣ୍ଟରରେ ଦୁଇ ନକ୍ସଲ ନିହତ
ବୌଦ୍ଧ: ବୌଦ୍ଧ କଣ୍ଟାମାଳ ଥାନା ପଢେଲ ଡ୍ୟାମ୍ ନିକଟ ଜଙ୍ଗଲରେ ଏନକାଉଣ୍ଟର । ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଜଣ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଆଜି ଭୋରରୁ ମାଓବାଦୀଙ୍କ ସହ ସୁରକ୍ଷାକର୍ମୀଙ୍କ ଗୁଳି ବିନିମୟ ହୋଇଥିଲା । ପାଖାପାଖି ଏକ ଘଣ୍ଟାରୁ ଅଧିକ ସମୟ ଗୁଳିବିନିମୟ ପରେ ଦୁଇ ଜଣ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଏବେ ଜଙ୍ଗଲରେ କିଛି ମାଓବାଦୀ ଲୁଚି ରହିଥିବା ସନ୍ଦେହରେ ସର୍ଚ୍ଚ ଅପରେସନ୍ ଜାରି ରହିଛି ।
କିଛି ନକ୍ସଲ ପଢ଼େଲ ଡ୍ୟାମ୍ ନିକଟ ଜଙ୍ଗଲରେ ଥିବା ସୂଚନା ମିଳିବା ପରେ ଏସଓଜି ଯବାନଙ୍କ ଦ୍ୱାରା କମ୍ବିଂ ଅପରେସନ୍ ଆରମ୍ଭ ହୋଇଥିଲା। ଅତର୍କିତ ଭାବେ ଯବାନଙ୍କୁ ଦେଖି ନକ୍ସଲମାନେ ଅତର୍କିତ ଗୁଳିମାଡ଼ କରିଥିଲେ। ଫଳରେ ଉଭୟ ପକ୍ଷ ମଧ୍ୟରେ ଆଖିବୁଜା ଗୁଳିମାଡ଼ ହୋଇଥିଲା।
ଏଥିରେ ଦୁଇ ନକ୍ସଲ ନିହତ ହୋଇଥିବା ଖବର ମିଳିଛି। ଏଥିସହ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ଗୋଳା ବାରୁଦ ସହ ନକ୍ସଲ ସାମଗ୍ରୀ ଜବତ ହୋଇଛି। ଏହି ଘଟଣା ପରେ ପୁରା ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି କରାଯାଇଛି।
Powered by Froala Editor