ଅସହ୍ୟ ତାତି ସହିତ ବହିବ ଝାଞ୍ଜି, ୧୦ ଜିଲ୍ଲାକୁ ସିଭିୟର ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆସନ୍ତା ୫ ଦିନ ରାଜ୍ୟରେ ଅଗ୍ନିବର୍ଷା ହେବ। ଅସହ୍ୟ ତାତି ସହିତ ଝାଞ୍ଜି ବହିବ ବୋଲି ଭୁବନେଶ୍ବରସ୍ଥିତ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୫ ଦିନ ପାଇଁ ୧୦ ଜିଲ୍ଲାକୁ ସିଭିୟର ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି କରାଯାଇଛି। ୭ ଜିଲ୍ଲାରେ ତାପମାତ୍ରା ୪୫ ଡିଗ୍ରୀ ଟପିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୨୭ ଏବଂ ୨୮ ତାରିଖରେ ଅସହ୍ୟ ତାତି ଅନୁଭୁତ ହେବ ବୋଲି ପାଣିପାଗ ବିଭାଗ କହିଛି।
ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟରେ ତାତି ଅଧିକ ଅସହ୍ୟ ହେବ। ୨୭-୨୮ ତାରିଖ ସୁଦ୍ଧା ସୁନ୍ଦରଗଡ଼, କଳାହାଣ୍ଡି, ବାଲେଶ୍ବର, ମୟୂରଭଞ୍ଜ, ବୌଦ୍ଧ, ଖୋର୍ଦ୍ଧା, ଜଗତସିଂହପୁର, ସୁବର୍ଣ୍ଣପୁର, ନୂଆପଡ଼ା, କେନ୍ଦୁଝର ଆଦି ୧୦ ଜିଲ୍ଲାରେ ସିଭିୟର ହିଟ୍ ୱେଭ୍ ଅନୁଭୁତ ହେବାର ପୂର୍ବାନୁମାନ କରାଯାଇଛି।
ସେହିଭଳି ଝାରସୁଗୁଡ଼ା, ସମ୍ବଲପୁର, କଳାହାଣ୍ଡି, ନୂଆପଡ଼ା ଳଗଜପତି, ଅନୁଗୁଳ, ମୟୂରଭଞ୍ଜ ଆଦି ୭ ଜିଲ୍ଲାରେ ତାପମାତ୍ରା ୪୫ ଡିଗ୍ରୀ ଉପରେ ରହିବ ବୋଲି ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।
Powered by Froala Editor