ଘରେ ପଶି ମା’-ପୁଅଙ୍କୁ ହତ୍ୟା
ସମ୍ବଲପୁର: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି ଜଣେ ବ୍ୟକ୍ତି। ଖବର ନେବାରୁ ଜଣାପଡ଼ିଛି ଉକ୍ତ ବ୍ୟକ୍ତି ଜଣଙ୍କ ତାଙ୍କ ଭାଇବୋହୂ ଏବଂ ଦେଢ଼ ବର୍ଷର ପୁତୁରାଙ୍କୁ ଟାଙ୍ଗିଆରେ ଅତି ବୀଭତ୍ସ ଭାବେ ହାଣି ହତ୍ୟା କରିଛନ୍ତି। ତେବେ ହତ୍ୟାକାଣ୍ଡର କାରଣ ଜଣାପଡ଼ିନାହିଁ। ଗୋବିନ୍ଦପୁର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।
Powered by Froala Editor