ଘସିପୁରାରୁ ସ୍ୱାଧୀନ ପ୍ରାର୍ଥୀ ଭାବେ ଲଢ଼ିବେ ସୌମ୍ୟ
ଭୁବନେଶ୍ୱର: ବିଜେଡିରୁ ବହିଷ୍କୃତ ବିଧାୟକ ତଥା ବରିଷ୍ଠ ନେତା ସୌମ୍ୟରଞ୍ଜନ ପଟ୍ଟନାୟକ ସ୍ୱାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିବେ । ନିଜର ସମର୍ଥକ ଓ ଶୁଭେଚ୍ଛୁଙ୍କ ସହ ବୈଠକ କରିବା ପରେ ସୌମ୍ୟ ଏହି ଘୋଷଣା କରିଛନ୍ତି । ସୌମ୍ୟ ବିଜେପିରୁ ଘସିପୁରା ପ୍ରାର୍ଥୀ ହୋଇପାରନ୍ତି ବୋଲି ଚର୍ଚ୍ଚା ଲାଗି ରହିଥିଲା, ମାତ୍ର ବିଜେପି ସେଠାରେ ଡଃ ଶମ୍ଭୁନାଥ ରାଉତଙ୍କୁ ଗତକାଲି ନିଜର ପ୍ରାର୍ଥୀ ଭାବେ ଘୋଷଣା କରିଥିଲା ।
ଆନନ୍ଦପୁରଠାରେ ନିଜର ସମର୍ଥକ ଓ ଶୁଭେଚ୍ଛୁଙ୍କ ସହ ବୈଠକ ପରେ ସୂଚନା ଦେଇ ସୌମ୍ୟ କହିଛନ୍ତି ଯେ, ତାଙ୍କୁ ନିର୍ବାଚନ ଲଢ଼ିବା ପାଇଁ ଘସିପୁରାର ଲୋକମାନେ ପରାମର୍ଶ ଦେଇଛନ୍ତି । ସେ ସ୍ୱାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିବେ । ଆସନ୍ତା ୬ତାରିଖରେ ସେ ନିଜର ପ୍ରାର୍ଥୀପତ୍ର ଦାଖଲ କରିବେ।
Powered by Froala Editor