ଆଜି କନ୍ଧମାଳ ଗସ୍ତରେ ଯିବେ ନବୀନ
କନ୍ଧମାଳ : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କନ୍ଧମାଳ ଜିଲ୍ଲା ଗସ୍ତରେ ଯିବେ। ସେଠାରେ ନବୀନ ନିର୍ବାଚନୀ ସଭାରେ ଯୋଗ ଦେବାର କାର୍ୟ୍ୟକ୍ରମ ରହିଛି। ଅପରାହ୍ନ ପ୍ରାୟ ୧୨ଟାରେ ମୁଖ୍ୟମନ୍ତ୍ରୀ କନ୍ଧମାଳ ଷ୍ଟାଡିୟମରେ ପହଞ୍ଚିବେ ଏବଂ ସେଠାରେ ଆୟୋଜିତ ନିର୍ବାଚନୀ ସଭାରେ ଯୋଗଦେବେ। ସଭାରେ କନ୍ଧମାଳ ସାଂସଦ ପ୍ରାର୍ଥୀଙ୍କ ସହ ସଂସଦୀୟ କ୍ଷେତ୍ରର ୭ଟି ବିଧାନସଭା ପ୍ରାର୍ଥୀଙ୍କ ପାଇଁ ନବୀନ ଭୋଟ ଭିକ୍ଷା କରିବେ। ଏଥିସହ ସାଧାରଣ ଜନତାଙ୍କୁ ମୁଖ୍ୟମନ୍ତ୍ରୀ ଉଦବୋଧନ ଦେବାର କାର୍ୟ୍ୟକ୍ରମ ରହିଛି।
ସେହିପରି ୧୧ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କନ୍ଧମାଳ ଗସ୍ତରେ ଆସିବାର କାର୍ୟ୍ୟକ୍ରମ ରହିଛି। ସେ କନ୍ଧମାଳରେ ଆୟୋଜିତ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେବେ।
Powered by Froala Editor