ଆଜି ରାଜନାଥ ଆସିବେ ଓଡ଼ିଶା
ଭୁବନେଶ୍ୱର: ଆଜି ଓଡ଼ିଶା ଆସିବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଓ କେନ୍ଦ୍ର ପରିବେଶ ଓ ଜଙ୍ଗଲ ମନ୍ତ୍ରୀ ଭୂପେନ୍ଦ୍ର ଯାଦବ। ରାଜନାଥ ସିଂ ପୁରୀ ଲୋକସଭା ଅନ୍ତର୍ଗତ ରଣପୁର ନିର୍ବାଚନମଣ୍ଡଳୀ ଯାଇ ନିର୍ବାଚନ ପ୍ରଚାର କରିବେ।। ଅପରାହ୍ନ ୫ଟାରେ ରଣପୁର ଥାନା ସମ୍ମୁଖ ପଞ୍ଚୁଦୋଳ ପଡିଆରେ ଆୟୋଜିତ ବିଜୟ ସଙ୍କଳ୍ପ ସମାବେଶରେ ଯୋଗ ଦେବେ ରାଜନାଥ। ସେହିପରି କଳାହାଣ୍ଡି ଯିବେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ। ଦିନ ୧୧ଟାରେ ଧର୍ମଗଡ଼ କଲେଜ ପଡିଆ ଏବଂ ଅପରାହ୍ନ ସାଢେ ୩ଟାରେ ଜୟପାଟଣାଠାରେ ନିର୍ବାଚନ ପ୍ରଚାର କରିବେ ଭୂପେନ୍ଦ୍ର ଯାଦବ।
ଅନ୍ୟପକ୍ଷରେ ଆଜି ରାଜଧାନୀରେ ମେଗା ରୋଡ୍ ଶୋ’ କରିବେ ପ୍ରଧାନମନ୍ତ୍ରୀ ମୋଦି। ରାଜ୍ୟ ବିଜେପି କାର୍ୟ୍ୟାଳୟରୁ ବାଣୀବିହାର ଯାଏଁ ହେବ ବିଶାଳ ରାଲି। ସାମିଲ ହେବେ ୨ ଲକ୍ଷରୁ ଅଧିକ କାର୍ୟ୍ୟକର୍ତ୍ତା। ମିଶନ ଭୁବନେଶ୍ୱର ଲକ୍ଷ୍ୟରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିବେ ପ୍ରଧାନମନ୍ତ୍ରୀ।
Powered by Froala Editor