ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅକ୍ଷୟ ତୃତୀୟା ଶୁଭେଚ୍ଛା
ଭୁବନେଶ୍ବର : ଆଜି ପବିତ୍ର ଅକ୍ଷୟ ତୃତୀୟା ତଥା କୃଷକ ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟ୍ବିଟ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ‘ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦରୁ ଚାଷୀଭାଇମାନଙ୍କ ଅଖିମୁଠି ଅନୁକୂଳ ଶୁଭଙ୍କର ହେଉ । ଚଳିତ ବର୍ଷ ଭଲ ଫସଲ ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଆଣିଦେଉ ବୋଲି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।’
ଆଜି ଅକ୍ଷୟ ତୃତୀୟା। ବୈଶାଖ ମାସ ଶୁକ୍ଳପକ୍ଷ ତୃତୀୟା ତିଥ୍ୟକୁ ଅକ୍ଷୟ ତୃତୀୟା ବା ଅକ୍ଷି ତୃତୀୟା ଭାବେ ପାଳନ କରାଯାଏ। ଏହା ମୁଖ୍ୟତଃ ଏକ କୃଷିଭିତ୍ତିକ ପର୍ବ ହୋଇଥିବାରୁ ଓଡ଼ିଶାର ପୂରପଲ୍ଲୀରେ କୃଷକମାନେ ଏହାକୁ ବେଶ୍ ଆନନ୍ଦ ଓ ଉତ୍ସାହର ସହ ପାଳନ କରିଥାନ୍ତି। ଏହିଦିନ କୃଷକମାନେ ଭଲ ତିଥ୍ ଓ ସମୟ ଯୋଗ ଦେଖ୍ ଅକ୍ଷିମୁଠି ଅନୁକୂଳ କରି କୃଷିକାର୍ୟ୍ୟର ଶୁଭାରମ୍ଭ କରିଥାନ୍ତି। ଅକ୍ଷୟ ତୃତୀୟା କୃଷକ ସମାଜ ପାଇଁ ଏକ ମହାନ ପର୍ବ ।
Powered by Froala Editor