କେଜ୍ରିୱାଲଙ୍କୁ ମିଳିଲା ଜାମିନ
ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଶେଷରେ ଜାମିନ ମିଳିଛି । ସୁପ୍ରିମକୋର୍ଟ ତାଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି । ଆସନ୍ତା ଜୁନ ୧ ତାରିଖ ପର୍ଯ୍ୟନ୍ତ ସୁପ୍ରିମକୋର୍ଟ କେଜ୍ରିୱାଲଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି ।
ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ମାର୍ଚ୍ଚ ୨୧ରେ କେଜ୍ରିୱାଲଙ୍କୁ ଗିରଫ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଗିରଫ ପରେ କେଜ୍ରିୱାଲ ତିହାର ଜେଲରେ ରହିଛନ୍ତି ।
Powered by Froala Editor