ସବୁ ସ୍ଥାନରେ ୩୦ ମିନିଟ୍ ମଧ୍ୟରେ ଅତିରିକ୍ତ ଇଭିଏମର ବ୍ୟବସ୍ଥା

ଭୁବନେଶ୍ୱର: ଓଡ଼ିଶାର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ଓ ଏସବୁ ଅନ୍ତର୍ଗତ ୨୮ ବିଧାନସଭା କ୍ଷେତ୍ରରେ ମତଦାନ ଆରମ୍ଭ ହୋଇଛି । ଏହି ଅବସରରେ ସଂପୂର୍ଣ୍ଣ ଉତ୍ସାହ ମଧ୍ୟରେ ଭୋଟ ଦେଉଛି ଓଡ଼ିଶା ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ମତ ପ୍ରକାଶ କରିଛନ୍ତି । ଏହି ଚାରି ସଂସଦୀୟ କ୍ଷେତ୍ରରେ ୭୩୦୩ ମତଦାନ କେନ୍ଦ୍ରରେ ଲୋକେ ମତଦାନ କରୁଛନ୍ତି । ଯେଉଁ ଯେଉଁ ସ୍ଥାନରେ ଇଭିଏମ୍ ରେ ତ୍ରୁଟି ଦେଖା ଦେଇଛି ସବୁ ସ୍ଥାନରେ ତୁରନ୍ତ ୩୦ ମିନିଟ୍ ମଧ୍ୟରେ ଅତିରିକ୍ତ ଇଭିଏମ୍ ର ବ୍ୟବସ୍ଥା କରାଯାଉଛି । ତେଣୁ ବ୍ୟସ୍ତ ନହୋଇ ସଂପୂର୍ଣ୍ଣ ଶାନ୍ତି ଶୃଙ୍ଖଳା ମଧ୍ୟରେ ମତଦାନ କରିବା ପାଇଁ ଶ୍ରୀ ଧଳ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି। ମାଲାକାନଗିରିର ସ୍ବାଭିମାନ ଅଂଚଳରେ ସାଧାରଣ ନିର୍ବାଚନ-୨୦୧୯ରେ ବିଏସ୍ଏଫ୍ କ୍ୟାମ୍ପରେ ମତଦାନ କରିଥିବା ଲୋକେ ଏଇଥର ନିଜ ନିଜ ବୁଥ ରେ ମତଦାନ କରୁଛନ୍ତି । ଅନ୍ୟ ସମସ୍ତ ଅଂଚଳରେ ମଧ୍ୟ ସମସ୍ତେ ମତଦାନ କରିବାକୁ ମୁଖ୍ୟ ନିର୍ବାଚନ ଅଧିକାରୀ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି । ରାଜ୍ୟ ପୁଲିସ ନୋଡାଲ ଅଧିକାରୀ ସଂଜୟ କୁମାର ସଂପୂର୍ଣ୍ଣ ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ମତଦାନ ଚାଲିଥିବା ନେଇ ସୂଚନା ଦେଇଛନ୍ତି ।
Powered by Froala Editor