Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, November 19, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହନୁମାନଙ୍କ ବିରୋଧରେ କହି ବିବାଦରେ ...

  • ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ...

  • ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର

  • ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ...

  • ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ...

  • ଗଣହତ୍ୟା ମାମଲାରେ ପୂର୍ବତନ ...

  • ସ୍ମୃତିଙ୍କୁ ବିବାହ କରିବେ ପଲାଶ, ୨୩ରେ ...

  • ତୁର୍କୀର ଝିଅଙ୍କୁ ବିବାହ କଲେ ମିଲିମିଟର

  • ଗଣହତ୍ୟା ମାମଲାରେ ହସିନାଙ୍କୁ ମୃତ୍ୟୁ ...

  • ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ

ରାଜନୀତି
Home ›› ରାଜନୀତି ››ଢେଙ୍କାନାଳ ଲୋକସଭା ନିର୍ବାଚନ ମଣ୍ଡଳୀରେ କାର୍ତ୍ତିକ ପାଣ୍ଡିଆନଙ୍କ ମାରାଥନ ପ୍ରଚାର

ଢେଙ୍କାନାଳ ଲୋକସଭା ନିର୍ବାଚନ ମଣ୍ଡଳୀରେ କାର୍ତ୍ତିକ ପାଣ୍ଡିଆନଙ୍କ ମାରାଥନ ପ୍ରଚାର

2024-05-13 14:14:42
15424
Share:
Facebook
Twitter
E-Mail
WhatsApp
Telegram
ଢେଙ୍କାନାଳ ଲୋକସଭା ନିର୍ବାଚନ ମଣ୍ଡଳୀରେ କାର୍ତ୍ତିକ ପାଣ୍ଡିଆନଙ୍କ ମାରାଥନ ପ୍ରଚାର

ଭୁବନେଶ୍ୱର, ୧୩.୦୫.୨୦୨୪ - ବିଜୁ ଜନତା ଦଳର ବରିଷ୍ଠ ନେତା ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଆଜି ଢେଙ୍କାନାଳ ଲୋକସଭା ନିର୍ବାଚନ ମଣ୍ଡଳୀରେ ମାରାଥନ ପ୍ରଚାର କରି ହିନ୍ଦୋଳ, କାମାକ୍ଷାନଗର, ପରଜଙ୍ଗ, ପାଲଲହଡା ଓ ତାଳଚେରରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତି ।  ଲୋକସଭା ପ୍ରାର୍ଥୀ ଅବିନାଶ ସାମଲ ଏବଂ ବିଧାନ ସଭା ପ୍ରାର୍ଥୀ ଶ୍ରୀ ମହେଶ ସାହୁ, ଡଃ ନୃସିଂହ ସାହୁ, ପ୍ରଫୁଲ୍ଲ ମଲ୍ଲିକ, ବ୍ରଜ କିଶୋର ପ୍ରଧାନ ଓ ମୁକେଶ ପାଳଙ୍କୁ ବିପୁଳ ଭୋଟରେ ଜିତାଇବା ପାଇଁ ଅନୁରୋଧ କରିଛନ୍ତି ।  


ଆଜିର ଜନସଭାଗୁଡ଼ିକରେ ବିଜେପି ଦଳ ଉପରେ ଶାଣିତ ଆକ୍ରମଣ କରି ଦଳର ମୁଖା ଖୋଲିଛନ୍ତି ଶ୍ରୀ କାର୍ତ୍ତିକ ପାଣ୍ଡିଆନ । କେନ୍ଦ୍ରମନ୍ତ୍ରୀଙ୍କ ସବୁ ଛଳନାକୁ ଲୋକଙ୍କ ସାମନାରେ ଖୋଲିଛନ୍ତି ଶ୍ରୀ ପାଣ୍ଡିଆନ । 


ତାଳଚେରରେ ଏକ ବିଶାଳ ଜନସଭାରେ ସେ କହିଲେ କୋଇଲା ରୟାଲଟି ବିଷୟ ଉଠିଲେ କେନ୍ଦ୍ରମନ୍ତ୍ରୀ ରାଗୁଛନ୍ତି । କହୁଛନ୍ତି ଯେ ଜିଲ୍ଲା ଖଣିଜ ପାଣ୍ଠି ଜରିଆରେ ଓଡ଼ିଶାକୁ ବହୁତ ପଇସା ମିଳୁଛି, ରୟାଲଟି ବୃଦ୍ଧି ଦରକାର ନାହିଁ । କିନ୍ତୁ କେନ୍ଦ୍ର ସରକାରଙ୍କ ଏମ୍‍.ସି.ଏଲ୍‍. ଲାଭ କରୁଛି  ୨୭ ହଜାର ୫୦୦ କୋଟି । ଟ୍ୟାକ୍‍ସକୁ ବାଦ୍‍ ଦେଲେ ଲାଭ କରୁଛି ୧୩ ହଜାର ୭୦୦ କୋଟି । କିନ୍ତୁ ଓଡ଼ିଶା ଏଥିରୁ ପାଉଛି ମାତ୍ର ୪ ହଜାର କୋଟି । ୨୦୦୪ରୁ କୋଇଲା ରୟାଲଟି ସଂଶୋଧନ ହୋଇନି । ଯଦି ରୟାଲଟି ସଂଶୋଧନ ହୋଇଥାନ୍ତା ତେବେ ଓଡ଼ିଶା ପାଇଥାନ୍ତା ୧୦ ହଜାର କୋଟି ଏବଂ ଡି.ଏମ୍‍.ଏଫ୍ ବାବଦରେ ମଧ୍ୟ ୨ ହଜାର କୋଟି । ସମୁଦାୟ ୧୨ ହଜାର କୋଟିରେ ଆପଣଙ୍କ ଅଞ୍ଚଳର ବ୍ୟାପକ ରୂପାନ୍ତରଣ ହୋଇପାରିଥାନ୍ତା । କିନ୍ତୁ ରୟାଲଟି କଥା କହିଲେ କେନ୍ଦ୍ରମନ୍ତ୍ରୀ ରାଗିକି ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଅଶାଳୀନ ଭାଷା ବ୍ୟବହାର କରୁଛନ୍ତି । 


କେନ୍ଦ୍ରମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କୁ ଅଭଦ୍ର ଓ ଅଶାଳୀନ ଭାଷାରେ ଗାଳି କରୁଛନ୍ତି । ଜଣେ ଜନପ୍ରିୟ ମୁଖ୍ୟମନ୍ତ୍ରୀଙ୍କୁ ଏଭଳି ଗାଳି ଦେବା ବହୁ ଦୁଃଖର କଥା । ବିଜେପୁର ନିର୍ବାଚନବେଳେ ମୁଖ୍ୟମନ୍ତ୍ରୀଙ୍କୁ ଚପଲ ଫୋପାଡ଼ିଲେ, ତା’ପରେ ୪୦ ହଜାର ଭୋଟରେ ହାରିଲେ । ପରିକ୍ରମା ପ୍ରକଳ୍ପ ଶିଳାନ୍ୟାସ କରି ଫେରିଲା ବେଳେ ଅଣ୍ଡା ମାଡ଼ କଲେ, ୩୦ରୁ ୩୦ ଜିଲ୍ଲା ପରିଷଦ ହାରିଲେ । ଓଡ଼ିଶାର ଏହି ମହାନାୟକଙ୍କୁ ଗାଳି ଦେଉଛନ୍ତି, ଆପଣମାନେ ସହି ପାରିବେ କି ? ଆପଣମାନଙ୍କ ଆଶୀର୍ବାଦରେ ସେମାନେ ଏଥର ବି ପରାଜୟ ଗ୍ରହଣ କରିବେ


କେନ୍ଦ୍ରମନ୍ତ୍ରୀ ଆପଣଙ୍କ ଅଞ୍ଚଳର, ଦଶବର୍ଷ ହେଲା ମନ୍ତ୍ରୀ ଅଛନ୍ତି, ଖୁସିର କଥା, କିନ୍ତୁ ଆପଣଙ୍କ ଅଞ୍ଚଳ ପାଇଁ କ’ଣ କରିଛନ୍ତି, ଏ ମାଟିରେ ପୁଅ ହୋଇ କାହିଁକି କରିପାରିଲେ ନାହିଁ ?  ନିଜ ଅଞ୍ଚଳ, ନିଜ ମାଟି ପାଇଁ କ’ଣ କରିଛନ୍ତି ? ମନ୍ତ୍ରୀ ହେବାର ୧୦ ବର୍ଷ ବିତିଲା କିନ୍ତୁ ନିଜ ଗାଁ ଲୋକଙ୍କ ମନକୁ ଜିଣିପାରିଲେ ନାହିଁ । ନିର୍ବାଚନ ମଣ୍ଡଳୀ ବଦଳାଇ ନିଜକୁ ସମ୍ୱଲପୁରକୁ କୋରିଅର କରିଦେଲେ । ଏବେ ସେଠି ଲୋକଙ୍କୁ ଭୁଆଁ ବୁଲାଇବା ପାଇଁ ଚେଷ୍ଟା କରୁଛନ୍ତି ।


ନବୀନ ପଟ୍ଟନାୟକ ଓଡ଼ିଶାର କୌଣସି ଜିଲ୍ଲାରେ ନିର୍ବାଚନ ଲଢ଼ିବାକୁ ଡରୁ ନାହାନ୍ତି, କେନ୍ଦ୍ରମନ୍ତ୍ରୀ ନିଜ ମାଟିରେ ଛିଡ଼ା ହେବାକୁ କାହିଁକି ଡରୁଛନ୍ତି । 


କେନ୍ତ୍ରମନ୍ତ୍ରୀ ଓଡ଼ିଶାରେ ଗୋଟିଏ ବି କେନ୍ଦ୍ରୀୟ ବିଦ୍ୟାଳୟ କିମ୍ୱା ଜବାହର ନବୋଦୟ ବିଦ୍ୟାଳୟ ଖୋଲିଛନ୍ତି କି ? ଗୋଟିଏ ବି ଦକ୍ଷତା ବିକାଶ କେନ୍ଦ୍ର ଖୋଲିଛନ୍ତି କି ? କଟକ-ସମ୍ୱଲପୁର ରାସ୍ତା ଏ ପର୍ଯ୍ୟନ୍ତ କରିପାରିଲେନି । ତୈଳମନ୍ତ୍ରୀ ଭାବେ ପେଟ୍ରୋଲ, ଡିଜେଲ, ଏଲ୍‍.ପି.ଜି. ଦର କମେଇ ପାରିଲେ କି ? କେନ୍ଦ୍ରମନ୍ତ୍ରୀଙ୍କ ନିଜ ଗାଁସ୍କୁଲର 5T ରୂପାନ୍ତରଣ ମଧ୍ୟ ମୁଖ୍ୟମନ୍ତ୍ରୀ କରିଛନ୍ତି  । ଯେଉଁ ବ୍ୟକ୍ତିର ସେବା ନୁହେଁ କେବଳ କ୍ଷମତା ଲୋଭ ଥିବ ସେ କେବେ ବି ଜିତି ପାରିବ ନାହିଁ, ମୁଖ୍ୟମନ୍ତ୍ରୀ ଚୌକି ଲୋଭ ଥିବା ବ୍ୟକ୍ତି କେବେ ବି ଭଲ କାମ କରିପାରିବେ ନାହିଁ ।


ଦୁଇଦିନ ତଳେ ମାନ୍ୟବର ପ୍ରଧାନମନ୍ତ୍ରୀ ଓଡ଼ିଶାବାସୀଙ୍କୁ ସୋଲାର ପ୍ୟାନେଲ ମାଧ୍ୟମରେ ମାଗଣା ବିଜୁଳି ଦେବେ ବୋଲି କହିଲେ । କିନ୍ତୁ ଏଥିପାଇଁ ଆପଣଙ୍କୁ ୫୦ ହଜାର ଟଙ୍କା ଦେବାକୁ ପଡ଼ିବ । ଏଇଟା ହେଉଛି ବିଜେପିର ମାଗଣା ବିଜୁଳି ।


ଶ୍ରୀ ପାଣ୍ଡିଆନ ଦୃଢୋକ୍ତି ପ୍ରକାଶ କରି କହିଲେ ଯେ ଜୁନ ୯ ତାରିଖରେ ୯.୩୦ ରୁ ୧.୦୦ ମଧ୍ୟରେ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଦାୟୀତ୍ୱ ଗ୍ରହଣ କରିବେ, ପ୍ରଥମ ଦସ୍ତଖତ କରିବେ ଓଡ଼ିଶାର ୯୦ ପ୍ରତିଶତ ପରିବାରର ବିଜୁଳି ବିଲ ରଦ୍ଦ କରିବା ପାଇଁ, ମୁଖ୍ୟମନ୍ତ୍ରୀ ମାଗଣା ବିଜୁଳି ଦେବେ, ଆପଣମାନେ ଖୁସି ତ ?


ଡବଲ ଇଞ୍ଜିନ ସରକାର ଦିନରେ ଆପଣଙ୍କୁ ଭୁଆଁ ବୁଲାଉଛନ୍ତି, ଦିନରେ ଲଣ୍ଠନ ଦେଖାଉଛନ୍ତି, ନିର୍ବାଚନ ସରିଗଲେ ଏମାନଙ୍କୁ ଆପଣ ଖୋଜିଲେ ବି ପାଇବେନି ।


ପାଲଲହଡାରେ ସ୍ୱାଧିନତା ସଂଗ୍ରାମୀ ପବିତ୍ର ମୋହନ ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଇ ପାଣ୍ଡିଆନ କହିଲେ ଯେ ଏହି ପବିତ୍ର ମାଟିର ବରପୁତ୍ରମାନଙ୍କର ସମ୍ମାନ ରଖିବା ପାଇଁ କେନ୍ଦ୍ରମନ୍ତ୍ରୀ କିଛି କରିଛନ୍ତି କି ? ଏ ମାଟିରେ ଜନ୍ମ ହୋଇ ଜନ୍ମମାଟିକୁ ଭୁଲି ଯାଇଛନ୍ତି । 


ସେ ପୁଣି କହିଲେ ଯେ ସାମ୍ୱାଦିକ ସମ୍ମିଳନୀରେ ବିଜେପି ନେତା ଦାବି କରୁଛନ୍ତି ଯେ କ୍ଷମତାକୁ ଆସିଲେ ଓଡ଼ିଶାକୁ ୧ ନମ୍ୱର କରିବେ । ୧ ନମ୍ୱର ନୁହେଁ, ରାଜ୍ୟକୁ ୨୫ ବର୍ଷ ତଳକୁ ନେଇଯିବେ । ଯେଉଁ ରାଜ୍ୟରେ ଅଛନ୍ତି ସେଠି ଏହାହିଁ କରିଛନ୍ତି ।


ଆଜି ସକାଳର ବିଜେପିର ପ୍ରେସ୍‍ମିଟ ପ୍ରସଙ୍ଗ ଉଠାଇ ସେ କହିଲେ ଯେ ବିଜେପିର ଟାଣୁଆ ନେତାମାନେ ମିଶି ସାମ୍ବାଦିକ ସମ୍ମିଳନୀ କରିଥିଲେ, ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିବା ପାଇଁ । କିନ୍ତୁ ନିଜ ନିଜ ଭିତରେ ଝଗଡ଼ା ଲାଗି ବନ୍ଦ ହୋଇଗଲା ।


ବିଜେପିକୁ ଚ୍ୟାଲେଞ୍ଜ କରି ସେ କହିଲେ ଯେ ମୁଁ ତାଙ୍କୁ ଆହ୍ୱାନ କରୁଛି ନବୀନ ବାବୁଙ୍କ ବିପକ୍ଷରେ କାହାକୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭାବେ ଘୋଷଣା କରିବେ ଯଦି କରନ୍ତୁ । ଓଡ଼ିଶାବାସୀ ତାର ଉଚିତ ଜବାବ ଦେବେ । ଏତେ ମିଛ କଥାକୁ ଓଡ଼ିଶାବାସୀ ଗ୍ରହଣ କରିବେ ନାହିଁ ।


ଶେଷରେ ବିଜେଡିର ଉଭୟ ବିଧାୟକ ଓ ସାଂସଦ ପ୍ରାର୍ଥୀଙ୍କୁ ୫୦ ହଜାର ମାର୍ଜିନରେ ଆଶୀର୍ବାଦ କରି ମୁଖ୍ୟମନ୍ତ୍ରୀଙ୍କ ହାତମୁଠାକୁ ଆହୁରି ଟାଣ କରିବା ପାଇଁ ସେ ଅନୁରୋଧ କରିଥିଲେ । କର୍ମୀମାନଙ୍କୁ ସ୍ୱତନ୍ତ୍ର ଭାବେ ସମ୍ବୋଧନ କରି ସେ କହିଲେ ଯେ ଓଡ଼ିଶାର ଉଜ୍ୱଳ ଭବିଷ୍ୟତ ପାଇଁ ବିରୋଧୀଙ୍କୁ ମୁହଁତୋଡ଼ ଜବାବ ଦିଅନ୍ତୁ ।


ସଭାଗୁଡ଼ିକରେ ଦଳର ସାଂସଦ ଓ ବିଧାୟକ ପ୍ରାର୍ଥୀମାନେ ନିଜର ଅଭିଭାଷଣ ରଖି ବିଜୁ ଜନତା ଦଳକୁ ବିପୁଳ ଭୋଟରେ ଜିତାଇ ନବୀନ ବାବୁଙ୍କୁ ଷଷ୍ଠଥର ପାଇଁ ମୁଖ୍ୟମନ୍ତ୍ରୀ କରିବାକୁ ଅନୁରୋଧ କରିଥିଲେ ।

Powered by Froala Editor

Tags V K Pandian, Odisha , 5T , Nabin Odisha

Related articles Odisha News Lens 4.1

  • ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ପୁରସ୍କାର
    ଦେଶ-ଦେଶାନ୍ତର

    ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ପୁରସ୍କାର

    13582
    Nov 18, 2025
  • ତୁର୍କୀର ଝିଅଙ୍କୁ ବିବାହ କଲେ ମିଲିମିଟର
    ମନୋରଞ୍ଜନ

    ତୁର୍କୀର ଝିଅଙ୍କୁ ବିବାହ କଲେ ମିଲିମିଟର

    15262
    Nov 17, 2025
  • ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ
    ବିଶେଷ

    ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ

    14265
    Nov 17, 2025
  • ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ତାଙ୍କ ପୁଅ ଅବଦୁଲାଙ୍କୁ ଜେଲ
    ଦେଶ-ଦେଶାନ୍ତର

    ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ତାଙ୍କ ପୁଅ ଅବଦୁଲାଙ୍କୁ ଜେଲ

    14835
    Nov 18, 2025
  • ହନୁମାନଙ୍କ ବିରୋଧରେ କହି ବିବାଦରେ ରାଜାମୌଳୀ
    ମନୋରଞ୍ଜନ

    ହନୁମାନଙ୍କ ବିରୋଧରେ କହି ବିବାଦରେ ରାଜାମୌଳୀ

    14632
    Nov 18, 2025
  • ଗଣହତ୍ୟା ମାମଲାରେ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ
    ଦେଶ-ଦେଶାନ୍ତର

    ଗଣହତ୍ୟା ମାମଲାରେ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ

    14252
    Nov 17, 2025
  • ଗଣହତ୍ୟା ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ
    ଦେଶ-ଦେଶାନ୍ତର

    ଗଣହତ୍ୟା ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ

    15555
    Nov 18, 2025
  • ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର
    ଦେଶ-ଦେଶାନ୍ତର

    ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର

    13807
    Nov 18, 2025
  • ସ୍ମୃତିଙ୍କୁ ବିବାହ କରିବେ ପଲାଶ, ୨୩ରେ ହାତଗଣ୍ଠି
    ଖେଳ ଖବର

    ସ୍ମୃତିଙ୍କୁ ବିବାହ କରିବେ ପଲାଶ, ୨୩ରେ ହାତଗଣ୍ଠି

    14002
    Nov 17, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଗଣହତ୍ୟା ମାମଲାରେ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ

    14252
    Nov 17, 2025
  • ଦେଶ-ଦେଶାନ୍ତର

    ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର

    13807
    Nov 18, 2025
  • ଦେଶ-ଦେଶାନ୍ତର

    ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ତାଙ୍କ ପୁଅ ଅବଦୁଲାଙ୍କୁ ଜେଲ

    14835
    Nov 18, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16856
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16952
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17297
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15769
    Apr 03, 2021

ବିଶେଷ

  • ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ

    14265
    Nov 17, 2025
  • ଏହି କାରଣରୁ ବିନ୍ଧିଥାଏ ଗୋଡ

    16086
    Nov 16, 2025
  • ଶୀତଦିନ ପାଇଁ ସୁପର୍ ଫୁଡ

    15151
    Nov 15, 2025
  • ଏହି ଦିନ ପାଦରେ ପିନ୍ଧନ୍ତୁ ଝୁଣ୍ଟିଆ

    14427
    Nov 13, 2025
  • ଶୋଇବା ପୂର୍ବରୁ କ୍ଷୀର ସହିତ ଚୋବାଇ ଖାଆନ୍ତୁ ଗୁଜୁରାତି

    15286
    Nov 13, 2025

ବାଣିଜ୍ୟ

ଓଡ଼ିଶାସ୍ଥିତ ସ୍ୱେଚ୍ଛାସେବୀ ସଂଗଠନ ଏ .ଜେ.ଏସ୍‌.ଏ ଇଣ୍ଡିଆକୁ କପ୍‌ ୩୦ ସମ୍ମିଳନୀରେ ମିଳିଲା ବିଶ୍ୱସ୍ତରୀୟ ମାନ୍ୟତା

ଭୁବନେଶ୍ୱର: ଚଳିତବର୍ଷ ମିଳିତ ଜାତିସଂଘ ଓ ବ୍ରାଜିଲ ସରକାରଙ୍କ ମିଳିତ ଆନୁକୂଲ୍ୟରେ ବେଲେମ୍ସ ସହରରେ ଅନୁଷ୍ଠିତ ହେଉଥିବା କପ୍‌ ୩୦ ସମ୍ମିଳନୀରେ ଆୟୋଜିତ ଏକ ସ୍ୱତନ୍ତ୍ର ସଭାରେ ବ୍ରାଜିଲ ପ୍ରଥମ ମହିଳା ସମ୍ମାନନୀ ...

  • ଭାରତର ଉଦୀୟମାନ ଆର୍ଥିକ ଅଭିବୃଦ୍ଧି କାହାଣୀକୁ କବଜା କରିବା ପାଇଁ ବଜାଜ୍ ଫିନସର୍ଭ ଆସେଟ୍ ମ୍ୟାନେଜମେଣ୍ଟ ଲିମିଟେଡ୍ ଆରମ୍ଭ କରିଛି ଏହାର ବ୍ୟାଙ୍କିଂ ଏବଂ ଆର୍ଥିକ ସେବା ପାଣ୍ଠି

    14722
    Nov 10, 2025
  • ଆମୱେର ହୃଦୟରେ ଭାରତ ରହିଛି: ପ୍ରେସିଡେଣ୍ଟ ଓ ସିଇଓ ମାଇକେଲ ନେଲ୍‌ସନ

    14313
    Oct 30, 2025
  • ଷ୍ଟାର୍ଟଅପ୍ ମାନ୍ଦା, ବନ୍ଦ ହୋଇଗଲାଣି ଅଧାରୁ ଅଧିକ

    13959
    Oct 27, 2025
  • ବ୍ରିକ୍ସ ଆଇଏଲ୍‌ଏସ ୪ର୍ଥ ଷ୍ଟାର୍ଟଅପ୍‌ କନ୍‌କ୍ଲେଭରେ ନୁ୍ୟରୋକସ୍‌ମେଟିକ୍ସ ଦ୍ୱାରା ଅନୁପ୍ରେରିତ ହୋଇ ଜୀବଦା ପ୍ରଚଳନ କଲା ବିଶ୍ୱର ପ୍ରଥମ ଲକ୍‌ଜୁରୀ ଆୟୁର୍ବେଦ ବର୍ଗ

    15028
    Oct 13, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହନୁମାନଙ୍କ ବିରୋଧରେ କହି ବିବାଦରେ ରାଜାମୌଳୀ

    14632
    Nov 18, 2025
  • ତୁର୍କୀର ଝିଅଙ୍କୁ ବିବାହ କଲେ ମିଲିମିଟର

    15262
    Nov 17, 2025
  • ସ୍ମୃତିଙ୍କୁ ବିବାହ କରିବେ ପଲାଶ, ୨୩ରେ ହାତଗଣ୍ଠି

    14002
    Nov 17, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In