Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, July 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ...

  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ...

  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ...

  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ...

  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ...

  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ...

  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ...

  • ମାସକରେ ୧୫ ହଜାର ଖସିଲାଣି ସୁନା

  • ଗିରଫ ହେଲେ ତୃଣମୂଳ କଂଗ୍ରେସର କାଉନସିଲର ...

  • ହ୍ରାସ ହେଲା ବାଣିଜ୍ୟିକ ଏଲପିଜି ...

Home ›› ››ଢେଙ୍କାନାଳ ଲୋକସଭା ନିର୍ବାଚନ ମଣ୍ଡଳୀରେ କାର୍ତ୍ତିକ ପାଣ୍ଡିଆନଙ୍କ ମାରାଥନ ପ୍ରଚାର

ଢେଙ୍କାନାଳ ଲୋକସଭା ନିର୍ବାଚନ ମଣ୍ଡଳୀରେ କାର୍ତ୍ତିକ ପାଣ୍ଡିଆନଙ୍କ ମାରାଥନ ପ୍ରଚାର

2024-05-13 14:14:42
15477
Share:
Facebook
Twitter
E-Mail
WhatsApp
Telegram
ଢେଙ୍କାନାଳ ଲୋକସଭା ନିର୍ବାଚନ ମଣ୍ଡଳୀରେ କାର୍ତ୍ତିକ ପାଣ୍ଡିଆନଙ୍କ ମାରାଥନ ପ୍ରଚାର

ଭୁବନେଶ୍ୱର, ୧୩.୦୫.୨୦୨୪ - ବିଜୁ ଜନତା ଦଳର ବରିଷ୍ଠ ନେତା ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଆଜି ଢେଙ୍କାନାଳ ଲୋକସଭା ନିର୍ବାଚନ ମଣ୍ଡଳୀରେ ମାରାଥନ ପ୍ରଚାର କରି ହିନ୍ଦୋଳ, କାମାକ୍ଷାନଗର, ପରଜଙ୍ଗ, ପାଲଲହଡା ଓ ତାଳଚେରରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତି ।  ଲୋକସଭା ପ୍ରାର୍ଥୀ ଅବିନାଶ ସାମଲ ଏବଂ ବିଧାନ ସଭା ପ୍ରାର୍ଥୀ ଶ୍ରୀ ମହେଶ ସାହୁ, ଡଃ ନୃସିଂହ ସାହୁ, ପ୍ରଫୁଲ୍ଲ ମଲ୍ଲିକ, ବ୍ରଜ କିଶୋର ପ୍ରଧାନ ଓ ମୁକେଶ ପାଳଙ୍କୁ ବିପୁଳ ଭୋଟରେ ଜିତାଇବା ପାଇଁ ଅନୁରୋଧ କରିଛନ୍ତି ।  


ଆଜିର ଜନସଭାଗୁଡ଼ିକରେ ବିଜେପି ଦଳ ଉପରେ ଶାଣିତ ଆକ୍ରମଣ କରି ଦଳର ମୁଖା ଖୋଲିଛନ୍ତି ଶ୍ରୀ କାର୍ତ୍ତିକ ପାଣ୍ଡିଆନ । କେନ୍ଦ୍ରମନ୍ତ୍ରୀଙ୍କ ସବୁ ଛଳନାକୁ ଲୋକଙ୍କ ସାମନାରେ ଖୋଲିଛନ୍ତି ଶ୍ରୀ ପାଣ୍ଡିଆନ । 


ତାଳଚେରରେ ଏକ ବିଶାଳ ଜନସଭାରେ ସେ କହିଲେ କୋଇଲା ରୟାଲଟି ବିଷୟ ଉଠିଲେ କେନ୍ଦ୍ରମନ୍ତ୍ରୀ ରାଗୁଛନ୍ତି । କହୁଛନ୍ତି ଯେ ଜିଲ୍ଲା ଖଣିଜ ପାଣ୍ଠି ଜରିଆରେ ଓଡ଼ିଶାକୁ ବହୁତ ପଇସା ମିଳୁଛି, ରୟାଲଟି ବୃଦ୍ଧି ଦରକାର ନାହିଁ । କିନ୍ତୁ କେନ୍ଦ୍ର ସରକାରଙ୍କ ଏମ୍‍.ସି.ଏଲ୍‍. ଲାଭ କରୁଛି  ୨୭ ହଜାର ୫୦୦ କୋଟି । ଟ୍ୟାକ୍‍ସକୁ ବାଦ୍‍ ଦେଲେ ଲାଭ କରୁଛି ୧୩ ହଜାର ୭୦୦ କୋଟି । କିନ୍ତୁ ଓଡ଼ିଶା ଏଥିରୁ ପାଉଛି ମାତ୍ର ୪ ହଜାର କୋଟି । ୨୦୦୪ରୁ କୋଇଲା ରୟାଲଟି ସଂଶୋଧନ ହୋଇନି । ଯଦି ରୟାଲଟି ସଂଶୋଧନ ହୋଇଥାନ୍ତା ତେବେ ଓଡ଼ିଶା ପାଇଥାନ୍ତା ୧୦ ହଜାର କୋଟି ଏବଂ ଡି.ଏମ୍‍.ଏଫ୍ ବାବଦରେ ମଧ୍ୟ ୨ ହଜାର କୋଟି । ସମୁଦାୟ ୧୨ ହଜାର କୋଟିରେ ଆପଣଙ୍କ ଅଞ୍ଚଳର ବ୍ୟାପକ ରୂପାନ୍ତରଣ ହୋଇପାରିଥାନ୍ତା । କିନ୍ତୁ ରୟାଲଟି କଥା କହିଲେ କେନ୍ଦ୍ରମନ୍ତ୍ରୀ ରାଗିକି ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଅଶାଳୀନ ଭାଷା ବ୍ୟବହାର କରୁଛନ୍ତି । 


କେନ୍ଦ୍ରମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କୁ ଅଭଦ୍ର ଓ ଅଶାଳୀନ ଭାଷାରେ ଗାଳି କରୁଛନ୍ତି । ଜଣେ ଜନପ୍ରିୟ ମୁଖ୍ୟମନ୍ତ୍ରୀଙ୍କୁ ଏଭଳି ଗାଳି ଦେବା ବହୁ ଦୁଃଖର କଥା । ବିଜେପୁର ନିର୍ବାଚନବେଳେ ମୁଖ୍ୟମନ୍ତ୍ରୀଙ୍କୁ ଚପଲ ଫୋପାଡ଼ିଲେ, ତା’ପରେ ୪୦ ହଜାର ଭୋଟରେ ହାରିଲେ । ପରିକ୍ରମା ପ୍ରକଳ୍ପ ଶିଳାନ୍ୟାସ କରି ଫେରିଲା ବେଳେ ଅଣ୍ଡା ମାଡ଼ କଲେ, ୩୦ରୁ ୩୦ ଜିଲ୍ଲା ପରିଷଦ ହାରିଲେ । ଓଡ଼ିଶାର ଏହି ମହାନାୟକଙ୍କୁ ଗାଳି ଦେଉଛନ୍ତି, ଆପଣମାନେ ସହି ପାରିବେ କି ? ଆପଣମାନଙ୍କ ଆଶୀର୍ବାଦରେ ସେମାନେ ଏଥର ବି ପରାଜୟ ଗ୍ରହଣ କରିବେ


କେନ୍ଦ୍ରମନ୍ତ୍ରୀ ଆପଣଙ୍କ ଅଞ୍ଚଳର, ଦଶବର୍ଷ ହେଲା ମନ୍ତ୍ରୀ ଅଛନ୍ତି, ଖୁସିର କଥା, କିନ୍ତୁ ଆପଣଙ୍କ ଅଞ୍ଚଳ ପାଇଁ କ’ଣ କରିଛନ୍ତି, ଏ ମାଟିରେ ପୁଅ ହୋଇ କାହିଁକି କରିପାରିଲେ ନାହିଁ ?  ନିଜ ଅଞ୍ଚଳ, ନିଜ ମାଟି ପାଇଁ କ’ଣ କରିଛନ୍ତି ? ମନ୍ତ୍ରୀ ହେବାର ୧୦ ବର୍ଷ ବିତିଲା କିନ୍ତୁ ନିଜ ଗାଁ ଲୋକଙ୍କ ମନକୁ ଜିଣିପାରିଲେ ନାହିଁ । ନିର୍ବାଚନ ମଣ୍ଡଳୀ ବଦଳାଇ ନିଜକୁ ସମ୍ୱଲପୁରକୁ କୋରିଅର କରିଦେଲେ । ଏବେ ସେଠି ଲୋକଙ୍କୁ ଭୁଆଁ ବୁଲାଇବା ପାଇଁ ଚେଷ୍ଟା କରୁଛନ୍ତି ।


ନବୀନ ପଟ୍ଟନାୟକ ଓଡ଼ିଶାର କୌଣସି ଜିଲ୍ଲାରେ ନିର୍ବାଚନ ଲଢ଼ିବାକୁ ଡରୁ ନାହାନ୍ତି, କେନ୍ଦ୍ରମନ୍ତ୍ରୀ ନିଜ ମାଟିରେ ଛିଡ଼ା ହେବାକୁ କାହିଁକି ଡରୁଛନ୍ତି । 


କେନ୍ତ୍ରମନ୍ତ୍ରୀ ଓଡ଼ିଶାରେ ଗୋଟିଏ ବି କେନ୍ଦ୍ରୀୟ ବିଦ୍ୟାଳୟ କିମ୍ୱା ଜବାହର ନବୋଦୟ ବିଦ୍ୟାଳୟ ଖୋଲିଛନ୍ତି କି ? ଗୋଟିଏ ବି ଦକ୍ଷତା ବିକାଶ କେନ୍ଦ୍ର ଖୋଲିଛନ୍ତି କି ? କଟକ-ସମ୍ୱଲପୁର ରାସ୍ତା ଏ ପର୍ଯ୍ୟନ୍ତ କରିପାରିଲେନି । ତୈଳମନ୍ତ୍ରୀ ଭାବେ ପେଟ୍ରୋଲ, ଡିଜେଲ, ଏଲ୍‍.ପି.ଜି. ଦର କମେଇ ପାରିଲେ କି ? କେନ୍ଦ୍ରମନ୍ତ୍ରୀଙ୍କ ନିଜ ଗାଁସ୍କୁଲର 5T ରୂପାନ୍ତରଣ ମଧ୍ୟ ମୁଖ୍ୟମନ୍ତ୍ରୀ କରିଛନ୍ତି  । ଯେଉଁ ବ୍ୟକ୍ତିର ସେବା ନୁହେଁ କେବଳ କ୍ଷମତା ଲୋଭ ଥିବ ସେ କେବେ ବି ଜିତି ପାରିବ ନାହିଁ, ମୁଖ୍ୟମନ୍ତ୍ରୀ ଚୌକି ଲୋଭ ଥିବା ବ୍ୟକ୍ତି କେବେ ବି ଭଲ କାମ କରିପାରିବେ ନାହିଁ ।


ଦୁଇଦିନ ତଳେ ମାନ୍ୟବର ପ୍ରଧାନମନ୍ତ୍ରୀ ଓଡ଼ିଶାବାସୀଙ୍କୁ ସୋଲାର ପ୍ୟାନେଲ ମାଧ୍ୟମରେ ମାଗଣା ବିଜୁଳି ଦେବେ ବୋଲି କହିଲେ । କିନ୍ତୁ ଏଥିପାଇଁ ଆପଣଙ୍କୁ ୫୦ ହଜାର ଟଙ୍କା ଦେବାକୁ ପଡ଼ିବ । ଏଇଟା ହେଉଛି ବିଜେପିର ମାଗଣା ବିଜୁଳି ।


ଶ୍ରୀ ପାଣ୍ଡିଆନ ଦୃଢୋକ୍ତି ପ୍ରକାଶ କରି କହିଲେ ଯେ ଜୁନ ୯ ତାରିଖରେ ୯.୩୦ ରୁ ୧.୦୦ ମଧ୍ୟରେ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଦାୟୀତ୍ୱ ଗ୍ରହଣ କରିବେ, ପ୍ରଥମ ଦସ୍ତଖତ କରିବେ ଓଡ଼ିଶାର ୯୦ ପ୍ରତିଶତ ପରିବାରର ବିଜୁଳି ବିଲ ରଦ୍ଦ କରିବା ପାଇଁ, ମୁଖ୍ୟମନ୍ତ୍ରୀ ମାଗଣା ବିଜୁଳି ଦେବେ, ଆପଣମାନେ ଖୁସି ତ ?


ଡବଲ ଇଞ୍ଜିନ ସରକାର ଦିନରେ ଆପଣଙ୍କୁ ଭୁଆଁ ବୁଲାଉଛନ୍ତି, ଦିନରେ ଲଣ୍ଠନ ଦେଖାଉଛନ୍ତି, ନିର୍ବାଚନ ସରିଗଲେ ଏମାନଙ୍କୁ ଆପଣ ଖୋଜିଲେ ବି ପାଇବେନି ।


ପାଲଲହଡାରେ ସ୍ୱାଧିନତା ସଂଗ୍ରାମୀ ପବିତ୍ର ମୋହନ ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଇ ପାଣ୍ଡିଆନ କହିଲେ ଯେ ଏହି ପବିତ୍ର ମାଟିର ବରପୁତ୍ରମାନଙ୍କର ସମ୍ମାନ ରଖିବା ପାଇଁ କେନ୍ଦ୍ରମନ୍ତ୍ରୀ କିଛି କରିଛନ୍ତି କି ? ଏ ମାଟିରେ ଜନ୍ମ ହୋଇ ଜନ୍ମମାଟିକୁ ଭୁଲି ଯାଇଛନ୍ତି । 


ସେ ପୁଣି କହିଲେ ଯେ ସାମ୍ୱାଦିକ ସମ୍ମିଳନୀରେ ବିଜେପି ନେତା ଦାବି କରୁଛନ୍ତି ଯେ କ୍ଷମତାକୁ ଆସିଲେ ଓଡ଼ିଶାକୁ ୧ ନମ୍ୱର କରିବେ । ୧ ନମ୍ୱର ନୁହେଁ, ରାଜ୍ୟକୁ ୨୫ ବର୍ଷ ତଳକୁ ନେଇଯିବେ । ଯେଉଁ ରାଜ୍ୟରେ ଅଛନ୍ତି ସେଠି ଏହାହିଁ କରିଛନ୍ତି ।


ଆଜି ସକାଳର ବିଜେପିର ପ୍ରେସ୍‍ମିଟ ପ୍ରସଙ୍ଗ ଉଠାଇ ସେ କହିଲେ ଯେ ବିଜେପିର ଟାଣୁଆ ନେତାମାନେ ମିଶି ସାମ୍ବାଦିକ ସମ୍ମିଳନୀ କରିଥିଲେ, ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିବା ପାଇଁ । କିନ୍ତୁ ନିଜ ନିଜ ଭିତରେ ଝଗଡ଼ା ଲାଗି ବନ୍ଦ ହୋଇଗଲା ।


ବିଜେପିକୁ ଚ୍ୟାଲେଞ୍ଜ କରି ସେ କହିଲେ ଯେ ମୁଁ ତାଙ୍କୁ ଆହ୍ୱାନ କରୁଛି ନବୀନ ବାବୁଙ୍କ ବିପକ୍ଷରେ କାହାକୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭାବେ ଘୋଷଣା କରିବେ ଯଦି କରନ୍ତୁ । ଓଡ଼ିଶାବାସୀ ତାର ଉଚିତ ଜବାବ ଦେବେ । ଏତେ ମିଛ କଥାକୁ ଓଡ଼ିଶାବାସୀ ଗ୍ରହଣ କରିବେ ନାହିଁ ।


ଶେଷରେ ବିଜେଡିର ଉଭୟ ବିଧାୟକ ଓ ସାଂସଦ ପ୍ରାର୍ଥୀଙ୍କୁ ୫୦ ହଜାର ମାର୍ଜିନରେ ଆଶୀର୍ବାଦ କରି ମୁଖ୍ୟମନ୍ତ୍ରୀଙ୍କ ହାତମୁଠାକୁ ଆହୁରି ଟାଣ କରିବା ପାଇଁ ସେ ଅନୁରୋଧ କରିଥିଲେ । କର୍ମୀମାନଙ୍କୁ ସ୍ୱତନ୍ତ୍ର ଭାବେ ସମ୍ବୋଧନ କରି ସେ କହିଲେ ଯେ ଓଡ଼ିଶାର ଉଜ୍ୱଳ ଭବିଷ୍ୟତ ପାଇଁ ବିରୋଧୀଙ୍କୁ ମୁହଁତୋଡ଼ ଜବାବ ଦିଅନ୍ତୁ ।


ସଭାଗୁଡ଼ିକରେ ଦଳର ସାଂସଦ ଓ ବିଧାୟକ ପ୍ରାର୍ଥୀମାନେ ନିଜର ଅଭିଭାଷଣ ରଖି ବିଜୁ ଜନତା ଦଳକୁ ବିପୁଳ ଭୋଟରେ ଜିତାଇ ନବୀନ ବାବୁଙ୍କୁ ଷଷ୍ଠଥର ପାଇଁ ମୁଖ୍ୟମନ୍ତ୍ରୀ କରିବାକୁ ଅନୁରୋଧ କରିଥିଲେ ।

Powered by Froala Editor

Tags V K Pandian, Odisha , 5T , Nabin Odisha

Related articles Odisha News Lens 4.1

  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା : ୭ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା : ୭ ଜଣଙ୍କ ମୃତ୍ୟୁ

    14732
    Jul 01, 2026
  • ଗିରଫ ହେଲେ ତୃଣମୂଳ କଂଗ୍ରେସର କାଉନସିଲର ଶାକିର ଅଲି
    ଦେଶ-ଦେଶାନ୍ତର

    ଗିରଫ ହେଲେ ତୃଣମୂଳ କଂଗ୍ରେସର କାଉନସିଲର ଶାକିର ଅଲି

    15520
    Jul 01, 2026
  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ
    ଦେଶ-ଦେଶାନ୍ତର

    ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ

    15512
    Jul 02, 2026
  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା
    ଦେଶ-ଦେଶାନ୍ତର

    ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା

    15098
    Jul 01, 2026
  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ
    ଦେଶ-ଦେଶାନ୍ତର

    YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ

    13634
    Jul 01, 2026
  • ମାସକରେ ୧୫ ହଜାର ଖସିଲାଣି ସୁନା
    ବାଣିଜ୍ୟ

    ମାସକରେ ୧୫ ହଜାର ଖସିଲାଣି ସୁନା

    14182
    Jul 01, 2026
  •  ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ
    ଦେଶ-ଦେଶାନ୍ତର

    ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ

    14077
    Jul 02, 2026
  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ
    ଦେଶ-ଦେଶାନ୍ତର

    ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    14615
    Jul 02, 2026
  • ହ୍ରାସ ହେଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ
    ଦେଶ-ଦେଶାନ୍ତର

    ହ୍ରାସ ହେଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ

    15879
    Jul 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ

    15182
    Jul 01, 2026
  • ଦେଶ-ଦେଶାନ୍ତର

    ହ୍ରାସ ହେଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ

    15879
    Jul 01, 2026
  • ବାଣିଜ୍ୟ

    ମାସକରେ ୧୫ ହଜାର ଖସିଲାଣି ସୁନା

    14182
    Jul 01, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16960
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17572
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17622
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18020
    Sep 06, 2023

ବିଶେଷ

  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14442
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14263
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15883
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15756
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15396
    Jun 22, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15384
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15696
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13799
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14901
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ

    15182
    Jul 01, 2026
  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    14615
    Jul 02, 2026
  • ହ୍ରାସ ହେଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ

    15879
    Jul 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In