ଆଜିଠୁ ଦୁଇ ଦିନିଆ ଗସ୍ତରେ ଆସୁଛନ୍ତି ଜେପି ନଡ୍ଡା

ଭୁବନେଶ୍ୱର: ଆଜିଠୁ ଦୁଇ ଦିନିଆ ଗସ୍ତରେ ଆସୁଛନ୍ତି ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଭୁବନେଶ୍ୱରରେ ଆୟୋଜିତ ଏକ ମହିଳା ସମାବେଶରେ ନଡ୍ଡା ଯୋଗଦେବାର କାର୍ୟ୍ୟକ୍ରମ ରହିଛି। ଏହା ସହ ସେ ବରଗଡ଼ ଲୋକସଭା କ୍ଷେତ୍ର ଅନ୍ତର୍ଗତ ପଦ୍ମପୁର ଓ ସୁନ୍ଦରଗଡ଼ରେ ଆୟୋଜିତ ହେବାକୁ ଥିବା ଜନସଭାରେ ଉଦବୋଧଦନ ଦେବା ନେଇ ବିଜେପି ସୂତ୍ରରୁ ସୂଚନା ମିଳିଛି।
ଏଥର ବିଜେପି ଫୋକସରେ ରହିଛି ଓଡ଼ିଶା। ଓଡ଼ିଶାରେ ଗତ ୨୫ ବର୍ଷ ଧରି ବିଜେଡି ସରକାର କ୍ଷମତାରେ ଥିବା ବେଳେ ଏଥର ରାଜ୍ୟରେ ଡବଲ ଇଞ୍ଜିନ ସରକାର ଆସିବ ବୋଲି ଦୃଢୋକ୍ତି ପ୍ରକାଶ କରିଛି ବିଜେପି। ଏଥିପାଇଁ ବିଜେପି ନିଜର ସବୁ ଶକ୍ତିକୁ ବାଜିରେ ଲଗାଇଥିବା ବେଳେ ପ୍ରାୟ ପ୍ରତିଦିନ କେନ୍ଦ୍ରୀୟ ନେତାଙ୍କ ସହ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓଡ଼ିଶା ଗସ୍ତରେ ଆସି ନିର୍ବାଚନୀ ପ୍ରଚାର କରୁଛନ୍ତି।
Powered by Froala Editor