Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, June 01, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ସ୍ଥାନରେ ବର୍ଷକୁ ୨୦୦ ଥର ହେଉଛି ...

  • ବର୍ଷା ବିତ୍ପାତ: ଗଲାଣି ୩୨ ଜୀବନ

  • ରୁଷରେ ଟ୍ରେନ ଦୁର୍ଘଟଣା: ୭ ମୃତ, ୭୦ ଆହତ

  • ସିଝା ଅଣ୍ଡାରେ ମାଲିସ୍‌

  • କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ

  • ଥାଇଲାଣ୍ଡର ଓପଲ ସୁଚତା ପିନ୍ଧିଲେ ବିଶ୍ଵ ...

  • ହେଟ ସ୍ପିଚ୍ ମାମଲାରେ ୨ ବର୍ଷ ଜେଲ୍, ପଦ ...

  • ଏଆଇର ପସନ୍ଦକୁ ଦର୍ଶକଙ୍କ ସମର୍ଥନ, ...

  • ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

  • ସଫା କରନ୍ତୁ ଏପରି, ଚମକିବ ରୁପା ବାସନ

ରାଜନୀତି
Home ›› ରାଜନୀତି ››ଢେଙ୍କାନାଳ, ଅନୁଗୋଳ ଓ ରେଢ଼ାଖୋଲ ବିଧାନ ସଭା ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ପ୍ରଚାର

ଢେଙ୍କାନାଳ, ଅନୁଗୋଳ ଓ ରେଢ଼ାଖୋଲ ବିଧାନ ସଭା ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ପ୍ରଚାର

2024-05-17 16:46:12
15370
Share:
Facebook
Twitter
E-Mail
WhatsApp
Telegram
ଢେଙ୍କାନାଳ, ଅନୁଗୋଳ ଓ ରେଢ଼ାଖୋଲ ବିଧାନ ସଭା ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ପ୍ରଚାର

ଭୁବନେଶ୍ୱର - ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ଆଜି ସମ୍ୱଲପୁର ସହିତ ଢେଙ୍କାନାଳ, ଅନୁଗୋଳ ଓ ରେଢ଼ାଖୋଲ ବିଧାନ ସଭା ନିର୍ବାଚନ ମଣ୍ଡଳୀରେ ପ୍ରଚାର କରି ବିଜୁ ଜନତା ଦଳ ପାଇଁ ଭୋଟ ମାଗିଛନ୍ତି । ଏହି ସବୁ ସ୍ଥାନରେ ବିଶାଳ ଜନସଭାରେ ମୁଖ୍ୟମନ୍ତ୍ରୀଙ୍କୁ ଲୋକମାନେ ଭବ୍ୟ ସ୍ୱାଗତ କରିଥିଲେ ।


ବିଜୁ ଜନତା ଦଳର ସମ୍ୱଲପୁର ଓ ଢେଙ୍କାନାଳର ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେଇ ଆଶୀର୍ବାଦ କରିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ ।

 

ସଭାରେ ବିରୋଧୀ ଦଳକୁ ଆକ୍ରମଣ କରି ମୁଖ୍ୟମନ୍ତ୍ରୀ କହିଲେ ଯେ, ସେମାନଙ୍କ ନେତାମାନେ ମିଛ କଥା କହୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି । ବି.ଏସ୍‍.କେ.ୱାଇ, ମିଶନ ଶକ୍ତି, ମମତା, ଲକ୍ଷ୍ମୀ ବସ୍‍, 5T ସ୍କୁଲ ରୂପାନ୍ତରଣ, ପିଲାଙ୍କ ସ୍କଲାରସିପ୍‍, ଚାଷୀଙ୍କ କାଳିଆ, ମଧୁବାବୁ ପେନ୍‍ସନ ଯୋଜନା, ଚାଉଳ କାର୍ଡ ପରି ଜନକଲ୍ୟାଣକାରୀ ଯୋଜନାର ସୁଫଳ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ପଚାରି ଥିଲେ ଏସବୁ ଯୋଜନା ଭଲ କି ? ଜନତାଙ୍କ ସମୂହ ଉତ୍ତର ଥିଲା ‘ହଁ’ । ଯେତେବେଳେ ସେ ପଚାରିଲେ ନବୀନ ପଟ୍ଟନାୟକ ଭଲ କି ? ‘ହଁ’  ଧ୍ୱନିରେ ପ୍ରତିଧ୍ୱନିତ ହୋଇଥିଲା ସଭାସ୍ଥଳ ।


ସଭାରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ଯେ, ଜୁଲାଇରୁ ଆଉ ବିଜୁଳି ବିଲ ଆସିବ ନାହିଁ । ବିଜୁ ଜନତା ଦଳ ସରକାର ମାଗଣା ବିଜୁଳି ଦେବ ।  ଆପଣମାନେ ଖୁସି ତ ?


ତା’ପରେ ସେ ପୁଣି କହିଲେ ମା ସମଲେଇଙ୍କ ପ୍ରକଳ୍ପ କାମ ଭଲ ହୋଇଛି ତ ? ପୁରୀ ପରିକ୍ରମା ପ୍ରକଳ୍ପ ଭଲ ହେଇଛି ତ ? ବହୁତ ଭଲ ବୋଲି ଉଚ୍ଛ୍ୱସିତ ସ୍ୱରରେ ଜନତା ଉତ୍ତର ଦେଲେ ।


କେନ୍ଦୁପତ୍ର ଶ୍ରମିକଙ୍କ ପାଇଁ ପ୍ୟାକେଜ ଆସିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।


ବିଜେପିର ସମସ୍ତେ କହୁଛନ୍ତି ଓଡ଼ିଶାକୁ ଏକ ନମ୍ବର କରିବେ, ସେମାନେ ପ୍ରଥମେ ଆଗେ ତାଙ୍କ ପାର୍ଲାମେଣ୍ଟାରି ପାର୍ଟିର ବୈଠକ କରି ନିଷ୍ପତ୍ତି କରନ୍ତୁ - କେଉଁ ରାଜ୍ୟକୁ ଏକ ନମ୍ୱର କରିବେ ? ତା’ପରେ ଓଡ଼ିଶା ଆସି ଆମର ଏକ ନମ୍ୱର ମୁଖ୍ୟମନ୍ତ୍ରୀଙ୍କ ଠାରୁ ପରାମର୍ଶ ନିଅନ୍ତୁ ।


ପ୍ରଧାନମନ୍ତ୍ରୀ ନିଜେ କହୁଛନ୍ତି ଓଡ଼ିଶାକୁ ଏକ ନମ୍ୱର କରିବେ । ଦୁଇ ଜଣ ମୁଖ୍ୟମନ୍ତ୍ରୀ ମଧ୍ୟ ଆସି କହୁଛନ୍ତି, ଓଡ଼ିଶାକୁ ଏକ ନମ୍ବର କରିବେ । ତେଣୁ ସେମାନେ କୁହନ୍ତୁ, ତାଙ୍କ ରାଜ୍ୟକୁ କ’ଣ କରିବେ ? କେନ୍ଦ୍ର ଗୃହମନ୍ତ୍ରୀ ମଧ୍ୟ କହୁଛନ୍ତି, କର୍ଣ୍ଣାଟକକୁ, ତେଲେଙ୍ଗାନାକୁ ଏକ ନମ୍ୱର କରିବେ । କିନ୍ତୁ ଗୁଜରାଟକୁ ଏକ ନମ୍ୱର କରିପାରିଲେ କି ?


ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଆପଣମାନଙ୍କ ଭଲପାଇବା ଓ ଜୋସ୍‍ ଦେଖି ଏ ମାଟିର ପୁଅ କେନ୍ଦ୍ରମନ୍ତ୍ରୀ ଡରିକି ନିଜକୁ ସମ୍ବଲପୁରକୁ କୋରିଅର କରିଦେଲେ ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ ।


ତା’ପରେ ସେ କହିଥିଲେ ଯେ ଓଡ଼ିଶା ୧ ନମ୍ବର ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାବାସୀଙ୍କ ସହଯୋଗରେ ଓଡ଼ିଶାକୁ ଏକ ନମ୍ୱର କରିବେ । ଯେଉଁ ରାଜ୍ୟମାନଙ୍କରେ ଡବଲ ଇଞ୍ଜିନ ଚାଲୁଥିଲା । ସବୁ ବନ୍ଦ ହୋଇଗଲାଣି । 


ଜୁନ ୯ ତାରିଖରେ ୧୧.୩୦ରୁ ଗୋଟାଏ ମଧ୍ୟରେ ନବୀନ ପଟ୍ଟନାୟକ ପୁନର୍ବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ । ପ୍ରଥମ ଦସ୍ତଖତ ହେବ ବିଜୁଳି ବିଲ୍‍ ଛାଡ୍‍,  ଓଡ଼ିଶାର ୯୦ ପ୍ରତିଶତ ପରିବାର ଉପକୃତ ହେବେ । ଜୁଲାଇରୁ ବିଜୁଳି ବିଲ ଆସିବନାହିଁ, ଏହା ହେଉଛି ନବୀନ ବାବୁଙ୍କ ଗ୍ୟାରେଣ୍ଟି । ନବୀନ ବାବୁଙ୍କ ମାଗଣା ବିଜୁଳି ଘୋଷଣା ଶୁଣି ବିଜେପିକୁ କରେଣ୍ଟ ଲାଗିଲାଣି । କହୁଛନ୍ତି, ସୋଲାର ପ୍ୟାନେଲ ବସାଇ ମାଗଣା ବିଜୁଳି ଦେବେ । ଏଥିପାଇଁ ଆପଣମାନଙ୍କୁ ୫୦ ହଜାର ଟଙ୍କା ଖର୍ଚ୍ଚ କରିବାକୁ ପଡ଼ିବ । ବିଜେପି ଦଳ ଦିନରେ ଲଣ୍ଠନ ଦେଖାଉଛନ୍ତି ।


ତା’ପରେ ସେ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱିତୀୟ ଦସ୍ତଖତରେ ବି.ଏସ୍‍.କେ.ୱାଇ କାର୍ଡରେ ସମସ୍ତେ ସାମିଲ ହେବେ । ତୃତୀୟ ଦସ୍ତଖତରେ ମିଶନ ଶକ୍ତି ମା’ମାନଙ୍କ ପାଇଁ ୬୦ ବର୍ଷରେ ଭତ୍ତା ବ୍ୟବସ୍ଥା ହେବ । ଏହି ତିନୋଟି ହେଉଛି ନବୀନ ବାବୁଙ୍କ ଗ୍ୟାରେଣ୍ଟି । ଏହାକୁ ଘରେ ଘରେ ପହଞ୍ଚାନ୍ତୁ ବୋଲି ସେ ଆହ୍ୱାନ ଦେଇଥିଲେ ।


ଏହାପରେ ସେ ପଚାରିଥିଲେ କେନ୍ଦୁପତ୍ର ତୋଳାଳୀଙ୍କ ବୋନସ୍‍ କିଏ ଡବଲ କରିଛନ୍ତି ? ସନ୍ଥକବି ଭୀମ ଭୋଇଙ୍କ ସ୍ମୃତିପୀଠ ଓ ଜନ୍ମସ୍ଥାନର କିଏ ରୂପାନ୍ତରଣ କରିଛନ୍ତି ? ରେଢ଼ାଖୋଲରେ ବ୍ୟାପକ ଜଳସେଚନର ସୁବିଧା କିଏ କରିଛନ୍ତି ? ପାଣ୍ଡିଆନଙ୍କ ପ୍ରଶ୍ନରେ ଲୋକଙ୍କ ଠାରୁ ଉତ୍ତର ଆସିଥିଲା ‘ମୁଖ୍ୟମନ୍ତ୍ରୀ’ ଓ ମୁଖ୍ୟମନ୍ତ୍ରୀ ।


ପାଣ୍ଡିଆନ କହିଥିଲେ ଯେ, ମୁଖ୍ୟମନ୍ତ୍ରୀଙ୍କ ସଭାରେ ବିପୁଳ ଜନ ସମାବେଶ ଦେଖି ବିରୋଧୀଙ୍କ ଆତ୍ମବିଶ୍ୱାସ ଭାଙ୍ଗି ଗଲାଣି । ତେଣୁ ବାହାରୁ ଆସି ସେମାନଙକ ନେତାମାନେ ନବୀନ ବାବୁଙ୍କୁ ଅସମ୍ମାନିତ କରୁଛନ୍ତି । ଆପଣମାନେ ସେହିବ୍ୟକ୍ତିମାନଙ୍କୁ କଡ଼ା ଜବାବ ଦିଅନ୍ତୁ ।


ସମ୍ୱଲପୁର ସାଂସଦ ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ କହିଥିଲେ ଯେ ଗୋଟିଏ ପଟେ ବିରୋଧୀଙ୍କ ମିଥ୍ୟା ପ୍ରଚାର ଚାଲିଛି, ଅନ୍ୟପଟେ ନବୀନ ପଟ୍ଟନାୟକଙ୍କ ଲୋକମତକୁ ସମ୍ମାନ ଦେଇ କାମ କରିବାର ଚିନ୍ତାଧାରା । ଏବେ ସମୟ ଆସିଛି ବିଚାର କରିବା ପାଇଁ, ଆମେ କାହାକୁ ବାଛିବା ।


କାର୍ଯ୍ୟକ୍ରମରେ ରେଢ଼ାଖୋଲ ବିଧାୟକ ପ୍ରାର୍ଥୀ ପ୍ରସନ୍ନ ଆଚାର୍ଯ୍ୟ, ଅନୁଗୋଳ ବିଧାୟକ ପ୍ରାର୍ଥୀ ସଂଯୁକ୍ତା ସିଂହ, ତାଳଚେର ବିଧାୟକ ପ୍ରାର୍ଥୀ ବ୍ରଜ କିଶୋର ପ୍ରଧାନ, ପାଲଲହଡ଼ା ବିଧାୟକ ପ୍ରାର୍ଥୀ ମୁକେଶ କୁମାର ପାଳ, ଢେଙ୍କାନାଳ ବିଧାୟକ ପ୍ରାର୍ଥୀ ସୁଧୀର କୁମାର ସାମଲ, ହିନ୍ଦୋଳ ବିଧାୟକ ପ୍ରାର୍ଥୀ ମହେଶ ସାହୁ, କାମାକ୍ଷାନଗର ବିଧାୟକ ପ୍ରାର୍ଥୀ ପ୍ରଫୁଲ୍ଲ କୁମାର ମଲ୍ଲୀକ, ପରଜଙ୍ଗ ବିଧାୟକ ପ୍ରାର୍ଥୀ ଡଃ ନୃସିଂହ ସାହୁ ଏବଂ ଢେଙ୍କାନାଳ ସାଂସଦ ପ୍ରାର୍ଥୀ ଅବିନାଶ ସାମଲ ପ୍ରମୁଖ ନିଜ ନିଜ ସପକ୍ଷରେ ଭୋଟ ପ୍ରଚାର କରି ସେମାନଙ୍କ ଅଭିଭାଷଣ ରଖିଥିଲେ ।

Powered by Froala Editor

Tags Chief minister, Naveen Patnaik

Related articles Odisha News Lens 4.1

  • ରୁଷରେ ଟ୍ରେନ ଦୁର୍ଘଟଣା: ୭ ମୃତ, ୭୦ ଆହତ
    ଦେଶ-ଦେଶାନ୍ତର

    ରୁଷରେ ଟ୍ରେନ ଦୁର୍ଘଟଣା: ୭ ମୃତ, ୭୦ ଆହତ

    13858
    Jun 01, 2025
  • ଏଆଇର ପସନ୍ଦକୁ ଦର୍ଶକଙ୍କ ସମର୍ଥନ, ପରେଶଙ୍କ ସ୍ଥାନ ନେବେ ପଙ୍କଜ
    ମନୋରଞ୍ଜନ

    ଏଆଇର ପସନ୍ଦକୁ ଦର୍ଶକଙ୍କ ସମର୍ଥନ, ପରେଶଙ୍କ ସ୍ଥାନ ନେବେ ପଙ୍କଜ

    14461
    May 31, 2025
  •  ସିଝା ଅଣ୍ଡାରେ ମାଲିସ୍‌
    ବିଶେଷ

    ସିଝା ଅଣ୍ଡାରେ ମାଲିସ୍‌

    14766
    Jun 01, 2025
  • ଏହି ସ୍ଥାନରେ ବର୍ଷକୁ ୨୦୦ ଥର ହେଉଛି ଭୂମିକମ୍ପ
    ଦେଶ-ଦେଶାନ୍ତର

    ଏହି ସ୍ଥାନରେ ବର୍ଷକୁ ୨୦୦ ଥର ହେଉଛି ଭୂମିକମ୍ପ

    13334
    Jun 01, 2025
  • ଥାଇଲାଣ୍ଡର ଓପଲ ସୁଚତା ପିନ୍ଧିଲେ ବିଶ୍ଵ ସୁନ୍ଦରୀ ମୁକୁଟ
    ମନୋରଞ୍ଜନ

    ଥାଇଲାଣ୍ଡର ଓପଲ ସୁଚତା ପିନ୍ଧିଲେ ବିଶ୍ଵ ସୁନ୍ଦରୀ ମୁକୁଟ

    13710
    May 31, 2025
  • କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ
    ବିଶେଷ

    କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ

    15453
    Jun 01, 2025
  • ବର୍ଷା ବିତ୍ପାତ: ଗଲାଣି ୩୨ ଜୀବନ
    ଦେଶ-ଦେଶାନ୍ତର

    ବର୍ଷା ବିତ୍ପାତ: ଗଲାଣି ୩୨ ଜୀବନ

    13950
    Jun 01, 2025
  • ସଫା କରନ୍ତୁ ଏପରି, ଚମକିବ ରୁପା ବାସନ
    ବିଶେଷ

    ସଫା କରନ୍ତୁ ଏପରି, ଚମକିବ ରୁପା ବାସନ

    15674
    May 31, 2025
  • ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା
    ବିଶେଷ

    ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

    13526
    May 31, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ

    15453
    Jun 01, 2025
  • ମନୋରଞ୍ଜନ

    ଏଆଇର ପସନ୍ଦକୁ ଦର୍ଶକଙ୍କ ସମର୍ଥନ, ପରେଶଙ୍କ ସ୍ଥାନ ନେବେ ପଙ୍କଜ

    14461
    May 31, 2025
  • ମନୋରଞ୍ଜନ

    ଥାଇଲାଣ୍ଡର ଓପଲ ସୁଚତା ପିନ୍ଧିଲେ ବିଶ୍ଵ ସୁନ୍ଦରୀ ମୁକୁଟ

    13710
    May 31, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16636
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16927
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15466
    Apr 03, 2021

ବିଶେଷ

  • ସିଝା ଅଣ୍ଡାରେ ମାଲିସ୍‌

    14766
    Jun 01, 2025
  • କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ

    15453
    Jun 01, 2025
  • ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

    13526
    May 31, 2025
  • ସଫା କରନ୍ତୁ ଏପରି, ଚମକିବ ରୁପା ବାସନ

    15674
    May 31, 2025
  • ଏସବୁ ଜିନିଷ ଘରେ ରଖନ୍ତୁନାହିଁ , ମାଡ଼ିଆସିବ ବିପଦ

    16011
    May 29, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15682
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16296
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14009
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14807
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ

    15453
    Jun 01, 2025
  • ରୁଷରେ ଟ୍ରେନ ଦୁର୍ଘଟଣା: ୭ ମୃତ, ୭୦ ଆହତ

    13858
    Jun 01, 2025
  • ଏଆଇର ପସନ୍ଦକୁ ଦର୍ଶକଙ୍କ ସମର୍ଥନ, ପରେଶଙ୍କ ସ୍ଥାନ ନେବେ ପଙ୍କଜ

    14461
    May 31, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In