Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, September 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ...

  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ...

  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ...

  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ...

  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ...

  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ...

  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ...

  • ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ...

  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ...

ରାଜନୀତି
Home ›› ରାଜନୀତି ››ଢେଙ୍କାନାଳ, ଅନୁଗୋଳ ଓ ରେଢ଼ାଖୋଲ ବିଧାନ ସଭା ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ପ୍ରଚାର

ଢେଙ୍କାନାଳ, ଅନୁଗୋଳ ଓ ରେଢ଼ାଖୋଲ ବିଧାନ ସଭା ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ପ୍ରଚାର

2024-05-17 16:46:12
15640
Share:
Facebook
Twitter
E-Mail
WhatsApp
Telegram
ଢେଙ୍କାନାଳ, ଅନୁଗୋଳ ଓ ରେଢ଼ାଖୋଲ ବିଧାନ ସଭା ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ପ୍ରଚାର

ଭୁବନେଶ୍ୱର - ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ଆଜି ସମ୍ୱଲପୁର ସହିତ ଢେଙ୍କାନାଳ, ଅନୁଗୋଳ ଓ ରେଢ଼ାଖୋଲ ବିଧାନ ସଭା ନିର୍ବାଚନ ମଣ୍ଡଳୀରେ ପ୍ରଚାର କରି ବିଜୁ ଜନତା ଦଳ ପାଇଁ ଭୋଟ ମାଗିଛନ୍ତି । ଏହି ସବୁ ସ୍ଥାନରେ ବିଶାଳ ଜନସଭାରେ ମୁଖ୍ୟମନ୍ତ୍ରୀଙ୍କୁ ଲୋକମାନେ ଭବ୍ୟ ସ୍ୱାଗତ କରିଥିଲେ ।


ବିଜୁ ଜନତା ଦଳର ସମ୍ୱଲପୁର ଓ ଢେଙ୍କାନାଳର ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେଇ ଆଶୀର୍ବାଦ କରିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ ।

 

ସଭାରେ ବିରୋଧୀ ଦଳକୁ ଆକ୍ରମଣ କରି ମୁଖ୍ୟମନ୍ତ୍ରୀ କହିଲେ ଯେ, ସେମାନଙ୍କ ନେତାମାନେ ମିଛ କଥା କହୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି । ବି.ଏସ୍‍.କେ.ୱାଇ, ମିଶନ ଶକ୍ତି, ମମତା, ଲକ୍ଷ୍ମୀ ବସ୍‍, 5T ସ୍କୁଲ ରୂପାନ୍ତରଣ, ପିଲାଙ୍କ ସ୍କଲାରସିପ୍‍, ଚାଷୀଙ୍କ କାଳିଆ, ମଧୁବାବୁ ପେନ୍‍ସନ ଯୋଜନା, ଚାଉଳ କାର୍ଡ ପରି ଜନକଲ୍ୟାଣକାରୀ ଯୋଜନାର ସୁଫଳ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ପଚାରି ଥିଲେ ଏସବୁ ଯୋଜନା ଭଲ କି ? ଜନତାଙ୍କ ସମୂହ ଉତ୍ତର ଥିଲା ‘ହଁ’ । ଯେତେବେଳେ ସେ ପଚାରିଲେ ନବୀନ ପଟ୍ଟନାୟକ ଭଲ କି ? ‘ହଁ’  ଧ୍ୱନିରେ ପ୍ରତିଧ୍ୱନିତ ହୋଇଥିଲା ସଭାସ୍ଥଳ ।


ସଭାରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ଯେ, ଜୁଲାଇରୁ ଆଉ ବିଜୁଳି ବିଲ ଆସିବ ନାହିଁ । ବିଜୁ ଜନତା ଦଳ ସରକାର ମାଗଣା ବିଜୁଳି ଦେବ ।  ଆପଣମାନେ ଖୁସି ତ ?


ତା’ପରେ ସେ ପୁଣି କହିଲେ ମା ସମଲେଇଙ୍କ ପ୍ରକଳ୍ପ କାମ ଭଲ ହୋଇଛି ତ ? ପୁରୀ ପରିକ୍ରମା ପ୍ରକଳ୍ପ ଭଲ ହେଇଛି ତ ? ବହୁତ ଭଲ ବୋଲି ଉଚ୍ଛ୍ୱସିତ ସ୍ୱରରେ ଜନତା ଉତ୍ତର ଦେଲେ ।


କେନ୍ଦୁପତ୍ର ଶ୍ରମିକଙ୍କ ପାଇଁ ପ୍ୟାକେଜ ଆସିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।


ବିଜେପିର ସମସ୍ତେ କହୁଛନ୍ତି ଓଡ଼ିଶାକୁ ଏକ ନମ୍ବର କରିବେ, ସେମାନେ ପ୍ରଥମେ ଆଗେ ତାଙ୍କ ପାର୍ଲାମେଣ୍ଟାରି ପାର୍ଟିର ବୈଠକ କରି ନିଷ୍ପତ୍ତି କରନ୍ତୁ - କେଉଁ ରାଜ୍ୟକୁ ଏକ ନମ୍ୱର କରିବେ ? ତା’ପରେ ଓଡ଼ିଶା ଆସି ଆମର ଏକ ନମ୍ୱର ମୁଖ୍ୟମନ୍ତ୍ରୀଙ୍କ ଠାରୁ ପରାମର୍ଶ ନିଅନ୍ତୁ ।


ପ୍ରଧାନମନ୍ତ୍ରୀ ନିଜେ କହୁଛନ୍ତି ଓଡ଼ିଶାକୁ ଏକ ନମ୍ୱର କରିବେ । ଦୁଇ ଜଣ ମୁଖ୍ୟମନ୍ତ୍ରୀ ମଧ୍ୟ ଆସି କହୁଛନ୍ତି, ଓଡ଼ିଶାକୁ ଏକ ନମ୍ବର କରିବେ । ତେଣୁ ସେମାନେ କୁହନ୍ତୁ, ତାଙ୍କ ରାଜ୍ୟକୁ କ’ଣ କରିବେ ? କେନ୍ଦ୍ର ଗୃହମନ୍ତ୍ରୀ ମଧ୍ୟ କହୁଛନ୍ତି, କର୍ଣ୍ଣାଟକକୁ, ତେଲେଙ୍ଗାନାକୁ ଏକ ନମ୍ୱର କରିବେ । କିନ୍ତୁ ଗୁଜରାଟକୁ ଏକ ନମ୍ୱର କରିପାରିଲେ କି ?


ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଆପଣମାନଙ୍କ ଭଲପାଇବା ଓ ଜୋସ୍‍ ଦେଖି ଏ ମାଟିର ପୁଅ କେନ୍ଦ୍ରମନ୍ତ୍ରୀ ଡରିକି ନିଜକୁ ସମ୍ବଲପୁରକୁ କୋରିଅର କରିଦେଲେ ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ ।


ତା’ପରେ ସେ କହିଥିଲେ ଯେ ଓଡ଼ିଶା ୧ ନମ୍ବର ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାବାସୀଙ୍କ ସହଯୋଗରେ ଓଡ଼ିଶାକୁ ଏକ ନମ୍ୱର କରିବେ । ଯେଉଁ ରାଜ୍ୟମାନଙ୍କରେ ଡବଲ ଇଞ୍ଜିନ ଚାଲୁଥିଲା । ସବୁ ବନ୍ଦ ହୋଇଗଲାଣି । 


ଜୁନ ୯ ତାରିଖରେ ୧୧.୩୦ରୁ ଗୋଟାଏ ମଧ୍ୟରେ ନବୀନ ପଟ୍ଟନାୟକ ପୁନର୍ବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ । ପ୍ରଥମ ଦସ୍ତଖତ ହେବ ବିଜୁଳି ବିଲ୍‍ ଛାଡ୍‍,  ଓଡ଼ିଶାର ୯୦ ପ୍ରତିଶତ ପରିବାର ଉପକୃତ ହେବେ । ଜୁଲାଇରୁ ବିଜୁଳି ବିଲ ଆସିବନାହିଁ, ଏହା ହେଉଛି ନବୀନ ବାବୁଙ୍କ ଗ୍ୟାରେଣ୍ଟି । ନବୀନ ବାବୁଙ୍କ ମାଗଣା ବିଜୁଳି ଘୋଷଣା ଶୁଣି ବିଜେପିକୁ କରେଣ୍ଟ ଲାଗିଲାଣି । କହୁଛନ୍ତି, ସୋଲାର ପ୍ୟାନେଲ ବସାଇ ମାଗଣା ବିଜୁଳି ଦେବେ । ଏଥିପାଇଁ ଆପଣମାନଙ୍କୁ ୫୦ ହଜାର ଟଙ୍କା ଖର୍ଚ୍ଚ କରିବାକୁ ପଡ଼ିବ । ବିଜେପି ଦଳ ଦିନରେ ଲଣ୍ଠନ ଦେଖାଉଛନ୍ତି ।


ତା’ପରେ ସେ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱିତୀୟ ଦସ୍ତଖତରେ ବି.ଏସ୍‍.କେ.ୱାଇ କାର୍ଡରେ ସମସ୍ତେ ସାମିଲ ହେବେ । ତୃତୀୟ ଦସ୍ତଖତରେ ମିଶନ ଶକ୍ତି ମା’ମାନଙ୍କ ପାଇଁ ୬୦ ବର୍ଷରେ ଭତ୍ତା ବ୍ୟବସ୍ଥା ହେବ । ଏହି ତିନୋଟି ହେଉଛି ନବୀନ ବାବୁଙ୍କ ଗ୍ୟାରେଣ୍ଟି । ଏହାକୁ ଘରେ ଘରେ ପହଞ୍ଚାନ୍ତୁ ବୋଲି ସେ ଆହ୍ୱାନ ଦେଇଥିଲେ ।


ଏହାପରେ ସେ ପଚାରିଥିଲେ କେନ୍ଦୁପତ୍ର ତୋଳାଳୀଙ୍କ ବୋନସ୍‍ କିଏ ଡବଲ କରିଛନ୍ତି ? ସନ୍ଥକବି ଭୀମ ଭୋଇଙ୍କ ସ୍ମୃତିପୀଠ ଓ ଜନ୍ମସ୍ଥାନର କିଏ ରୂପାନ୍ତରଣ କରିଛନ୍ତି ? ରେଢ଼ାଖୋଲରେ ବ୍ୟାପକ ଜଳସେଚନର ସୁବିଧା କିଏ କରିଛନ୍ତି ? ପାଣ୍ଡିଆନଙ୍କ ପ୍ରଶ୍ନରେ ଲୋକଙ୍କ ଠାରୁ ଉତ୍ତର ଆସିଥିଲା ‘ମୁଖ୍ୟମନ୍ତ୍ରୀ’ ଓ ମୁଖ୍ୟମନ୍ତ୍ରୀ ।


ପାଣ୍ଡିଆନ କହିଥିଲେ ଯେ, ମୁଖ୍ୟମନ୍ତ୍ରୀଙ୍କ ସଭାରେ ବିପୁଳ ଜନ ସମାବେଶ ଦେଖି ବିରୋଧୀଙ୍କ ଆତ୍ମବିଶ୍ୱାସ ଭାଙ୍ଗି ଗଲାଣି । ତେଣୁ ବାହାରୁ ଆସି ସେମାନଙକ ନେତାମାନେ ନବୀନ ବାବୁଙ୍କୁ ଅସମ୍ମାନିତ କରୁଛନ୍ତି । ଆପଣମାନେ ସେହିବ୍ୟକ୍ତିମାନଙ୍କୁ କଡ଼ା ଜବାବ ଦିଅନ୍ତୁ ।


ସମ୍ୱଲପୁର ସାଂସଦ ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ କହିଥିଲେ ଯେ ଗୋଟିଏ ପଟେ ବିରୋଧୀଙ୍କ ମିଥ୍ୟା ପ୍ରଚାର ଚାଲିଛି, ଅନ୍ୟପଟେ ନବୀନ ପଟ୍ଟନାୟକଙ୍କ ଲୋକମତକୁ ସମ୍ମାନ ଦେଇ କାମ କରିବାର ଚିନ୍ତାଧାରା । ଏବେ ସମୟ ଆସିଛି ବିଚାର କରିବା ପାଇଁ, ଆମେ କାହାକୁ ବାଛିବା ।


କାର୍ଯ୍ୟକ୍ରମରେ ରେଢ଼ାଖୋଲ ବିଧାୟକ ପ୍ରାର୍ଥୀ ପ୍ରସନ୍ନ ଆଚାର୍ଯ୍ୟ, ଅନୁଗୋଳ ବିଧାୟକ ପ୍ରାର୍ଥୀ ସଂଯୁକ୍ତା ସିଂହ, ତାଳଚେର ବିଧାୟକ ପ୍ରାର୍ଥୀ ବ୍ରଜ କିଶୋର ପ୍ରଧାନ, ପାଲଲହଡ଼ା ବିଧାୟକ ପ୍ରାର୍ଥୀ ମୁକେଶ କୁମାର ପାଳ, ଢେଙ୍କାନାଳ ବିଧାୟକ ପ୍ରାର୍ଥୀ ସୁଧୀର କୁମାର ସାମଲ, ହିନ୍ଦୋଳ ବିଧାୟକ ପ୍ରାର୍ଥୀ ମହେଶ ସାହୁ, କାମାକ୍ଷାନଗର ବିଧାୟକ ପ୍ରାର୍ଥୀ ପ୍ରଫୁଲ୍ଲ କୁମାର ମଲ୍ଲୀକ, ପରଜଙ୍ଗ ବିଧାୟକ ପ୍ରାର୍ଥୀ ଡଃ ନୃସିଂହ ସାହୁ ଏବଂ ଢେଙ୍କାନାଳ ସାଂସଦ ପ୍ରାର୍ଥୀ ଅବିନାଶ ସାମଲ ପ୍ରମୁଖ ନିଜ ନିଜ ସପକ୍ଷରେ ଭୋଟ ପ୍ରଚାର କରି ସେମାନଙ୍କ ଅଭିଭାଷଣ ରଖିଥିଲେ ।

Powered by Froala Editor

Tags Chief minister, Naveen Patnaik

Related articles Odisha News Lens 4.1

  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ
    ଦେଶ-ଦେଶାନ୍ତର

    ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13366
    Sep 10, 2026
  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍
    ଦେଶ-ଦେଶାନ୍ତର

    ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

    14717
    Sep 10, 2026
  • ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ପର୍ବତାରୋହୀ ମୃତ, ୬ ନିଖୋଜ
    ଦେଶ-ଦେଶାନ୍ତର

    ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ପର୍ବତାରୋହୀ ମୃତ, ୬ ନିଖୋଜ

    15625
    Sep 09, 2026
  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର
    ଦେଶ-ଦେଶାନ୍ତର

    ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14209
    Sep 10, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...

    13663
    Sep 09, 2026
  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ...
    ଦେଶ-ଦେଶାନ୍ତର

    ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ...

    14689
    Sep 09, 2026
  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...
    ଦେଶ-ଦେଶାନ୍ତର

    ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...

    14539
    Sep 09, 2026
  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା
    ଅପରାଧ

    ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା

    14845
    Sep 10, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?
    ବିଶେଷ

    ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15653
    Sep 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15653
    Sep 09, 2026
  • ଦେଶ-ଦେଶାନ୍ତର

    ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ପର୍ବତାରୋହୀ ମୃତ, ୬ ନିଖୋଜ

    15625
    Sep 09, 2026
  • ଅପରାଧ

    ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା

    14845
    Sep 10, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17087
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17753
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17753
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18159
    Sep 06, 2023

ବିଶେଷ

  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15653
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14551
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13862
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14667
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14972
    Aug 30, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

ଏହାର କୋଇଲା ଖନନ କାର୍ଯ୍ୟରେ ଡିଜିଟାଲାଇଜେସନ୍, ଏଆଇ-ଆଧରିତ ଖଣି ନିରୀକ୍ଷଣ ଏବଂ ଜ୍ଞାନକେୌଶଳ ପରିଚାଳିତ ପରିଚାଳନା ଦକ୍ଷତା ପ୍ରଦର୍ଶନ କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେ ...

  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    13709
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14601
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15030
    Sep 06, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14989
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ବିଚାରପତି

    14539
    Sep 09, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    13663
    Sep 09, 2026
  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା

    14845
    Sep 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In