୫ଟି ସଂସଦୀୟ କ୍ଷେତ୍ରର ୩୫ଟି ନିର୍ବାଚନ ମଣ୍ଡଳୀ: ୭୯ ଲକ୍ଷ ୬୯ ହଜାର ୮୮୭ ଭୋଟର ଦେବେ ଭୋଟ

ଭୁବନେଶ୍ବର: ଆସନ୍ତା ସୋମବାର ଅର୍ଥାତ ମେ’ ୨୦ ତାରିଖରେ ରାଜ୍ୟରେ ଦ୍ୱିତୀୟ ପର୍ୟ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ୫ଟି ସଂସଦୀୟ କ୍ଷେତ୍ରର ୩୫ଟି ନିର୍ବାଚନ ମଣ୍ଡଳୀରେ ନିର୍ବାଚନ ହେବ। ଏଠି ମୋଟ ଭୋଟର ସଂଖ୍ୟା ୭୯ ଲକ୍ଷ ୬୯ ହଜାର ୮୮୭ ରହିଛି । ଏହି ସ୍ଥାନରେ ୯୧୬୨ ଟି ମତଦାନ କେନ୍ଦ୍ର ରହିବ। ୧୦୪୧ଟି ବୁଥ ମହିଳା ପୁଲିଂ କର୍ମଚାରୀଙ୍କ ଦ୍ଵାରା ପରିଚାଳିତ ହବ ।। ୧୫୪୧ ଆଦର୍ଶ ବୁଥ ହେବ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ କହିଛନ୍ତି।
୨୦ ପ୍ରତିଶତ ସମ୍ବେଦନଶୀଳ ବୁଥ ରହିଛି । ଏହିଠାରେ ୧୦୨ କମ୍ପାନୀ କେନ୍ଦ୍ରୀୟ ସୁରକ୍ଷା ବଳ ନିୟୋଜିତ ହେବେ । ସବୁଠାରୁ ଅଧିକ କନ୍ଧମାଳ ୨୨, ଗଞ୍ଜାମରେ ୨୦, ସୁନ୍ଦରଗଡ ୧୬, ବଲାଙ୍ଗୀର ଓ ବରଗଡ଼ରେ ୧୪ ଲେଖାଏଁ, ଝାରସୁଗୁଡା ଓ ବୌଦ୍ଧରେ ୫, ସୁବର୍ଣ୍ଣପୁର ୪ ଓ ନୟାଗଡ଼ରେ ୨ଟି କମ୍ପାନୀ କେନ୍ଦ୍ରୀୟ ସୁରକ୍ଷା ବଳ ନିୟୋଜିତ ହେବେ। ୩୫ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ୨୬୫ ଜଣ ପାର୍ଥି ରହିଛନ୍ତି । ସେଥି ମଧ୍ୟରୁ ୪୧ ଜଣ ମହିଳା ପ୍ରାର୍ଥୀ । ୫ ସଂସଦୀୟ କ୍ଷେତ୍ରରେ ୪୦ ଜଣ ପ୍ରାର୍ଥୀ ରହିଛନ୍ତି।
Powered by Froala Editor