ସତର୍କ ସୂଚନା ଦେଲା ପାଣିପାଗ ବିଭାଗ : ୨୪ରେ ଅବପାତ, ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ

ରାଜ୍ୟରେ ଆସନ୍ତା ୨୫ ତାରିଖରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ। ଏସବୁ ଭିତରେ ନିର୍ବାଚନରେ ବର୍ଷା ବାଧକ ସାଜିପାରେ ବୋଲି ଆଶଙ୍କା କରାଯାଉଛି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମ୍ଭାବ୍ୟ ବାତ୍ୟାକୁ ନେଇ ଓଡିଶା ସରକାରଙ୍କ ସ୍ୱତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ ସତର୍କ ସୂଚନା ଜାରି କରିଛନ୍ତି । ମେ ୨୨ ତାରିଖ ସୁଦ୍ଧା ଏହା ପଶ୍ଚିମବଙ୍ଗ ଦିଗକୁ ଗତି କରି କେନ୍ଦ୍ରୀଭୂତ ହେବାର ସମ୍ଭାବନା ରହିଛି । ତେବେ ଲଘୁଚାପ ପ୍ରଭାବ ଓଡ଼ିଶାର ସମୁଦ୍ର କୁଳିଆ ଅଞ୍ଚଳକୁ ପ୍ରଭାବିତ କରିବାର ସମ୍ଭାବନା ଥିବାରୁ ସତର୍କ ରହିବାକୁ ସୂଚନା ଦିଆଯାଇଛି।
ଏହି ସମୟରେ ମତ୍ସଜୀବୀମାନଙ୍କୁ ସମଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ଏହାସହ ଯେଉଁ ମତ୍ସ୍ୟଜୀବୀମାନେ ସମୁଦ୍ରକୁ ମାଛ ଧରିବାକୁ ଯାଉଛନ୍ତି ସେମାନେ ଯଥାଶୀଘ୍ର ସ୍ଥଳଭାଗକୁ ଫେରିଆସିବାକୁ ପରାମର୍ଶ ଦେଇଛନ୍ତି ।
ପାଣିପାଗ ବିଭାଗ ସୂଚନା ଅନୁସାରେ, ଆସନ୍ତା ୨୪ରେ ଅବପାତର ରୂପ ନେଇପାରେ ଲଘୁଚାପ। ୨୩ ସକାଳୁ ସମୁଦ୍ର ଅଶାନ୍ତ ରହିବ। ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଥିବାବେଳେ ସମୁଦ୍ର ମଧ୍ୟରେ ଥିବା ମତ୍ସଜୀବୀ ୨୩ ସୁଦ୍ଧା କୂଳକୁ ଫେରିବାକୁ ନିର୍ଦ୍ଦେଶ ଦିଆଯାଇଛି। ୨୪ ଓ ୨୫ରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ସୂଚନା ଜାରି କରିଛି। ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, ମୟୂରଭଞ୍ଜ ଓ କେନ୍ଦୁଝରରେ ମଧ୍ୟ ପ୍ରବଳ ବର୍ଷା ହେବା ନେଇ ଆଶଙ୍କା କରାଯାଉଛି।
Powered by Froala Editor