Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, March 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗ୍ୟାସ୍ ମୂଲ୍ୟ ବୃଦ୍ଧି: ବୈକୁଣ୍ଠ ଧାମ ...

  • ପୃଥ୍ୱୀ ଶ’-ଆକୃତିଙ୍କ ନିର୍ବନ୍ଧ ଫଟୋ ...

  • ମଧ୍ୟପ୍ରାଚ୍ୟ ଯୁଦ୍ଧ ପ୍ରଭାବ, ଭାରତରେ ତେଲ ...

  • ସତର୍କ କରାଇଲା ଆଇଏମ୍‌ଏଫ୍ : ଦରଦାମ୍‌ ...

  • ପାକିସ୍ତାନରେ ତେଲ ଅଭାବ: ଦୁଇ ସପ୍ତାହ ପାଇଁ ...

  • ଇରାନକୁ ତୁରନ୍ତ ଆକ୍ରମଣ ବନ୍ଦ କରିବାକୁ ...

  • ସ୍ବଦେଶ ପ୍ରତ୍ୟାବର୍ତ୍ତନ କଲେଣି ୫୨ ହଜାର ...

  • କମିଲା ସୁନା ଦର, ଜାଣନ୍ତୁ କେତେ?

  • ଟି୨୦ କ୍ରିକେଟ ବିଶ୍ୱକପ ଟାଇଟଲ ହାତେଇଲା ...

  • ଭାରତ ଏବଂ ଇରାନ ମଧ୍ୟରେ ଉଚ୍ଚସ୍ତରୀୟ ...

Home ›› ››୨୪ ଓ ୨୫ ପ୍ରବଳରୁ ଅତି ପ୍ରବଳ ବର୍ଷା

୨୪ ଓ ୨୫ ପ୍ରବଳରୁ ଅତି ପ୍ରବଳ ବର୍ଷା

2024-05-21 06:31:29
15039
Share:
Facebook
Twitter
E-Mail
WhatsApp
Telegram
୨୪ ଓ ୨୫ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ବର: ଆସନ୍ତା ୨୨ ତାରିଖ ସୁଦ୍ଧା ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ ଉତ୍ତର-ପୂର୍ବ ଦିଗରେ ଗତି କରିବ। ପରବର୍ତ୍ତୀ ସମୟରେ ଅଧିକ ଘନିଭୂତ ହୋଇ ୨୪ତାରିଖ ସକାଳ ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତ ରୂପ ନେଇପାରେ। ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ କିଛି ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୪ ଓ ୨୫ ତାରିଖରେ ରାଜ୍ୟର କିଛି ଅଞ୍ଚଳରେ ହାଲୁକା ବର୍ଷା ଏବଂ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ସତର୍କ କରିଛି। ଅବପାତ ଯୋଗୁଁ ୨୪ରେ ଜଗତସିଂହପୁର, କେନ୍ଦ୍ରାପଡା ଜିଲାର କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସ୍ଥାନେ ସ୍ଥାନେ ୭ରୁ ୨୦ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, ମୟୂରଭଞ୍ଜ ଏବଂ କେନ୍ଦୁଝରରେ ୭ରୁ ୧୧ସେଣ୍ଟିମିଟର ଯାଏଁ ବର୍ଷା ସମ୍ଭାବନା ରହିଛି। କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡଘଡି ସହିତ ବର୍ଷା ଏବଂ କିଛି ଅଞ୍ଚଳରେ ଘଣ୍ଟା ପ୍ରତି ୪୦ରୁ ୫୦ କି.ମି ବେଗରେ ପବନ ବହିପାରେ। ସମୁଦ୍ର ଅଶାନ୍ତ ଯୋଗୁଁ ୨୩ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଘଣ୍ଟାପ୍ରତି ପବନର ବେଗ ୪୦ରୁ ୫୦କି.ମି ରହବ। ୨୪ତାରିଖ ସୁଦ୍ଧା ପବନର ବେଗ ଘଣ୍ଟାପ୍ରତି ୫୦ରୁ ୬୦କି.ମିକୁ ବଢ଼ିବ। ସ୍ଥଳବିଶେଷରେ ଝଟକା ପବନର ବେଗ ୭୦କି.ମି ରହିବା ସମ୍ଭାବନା ରହିଛି। ୨୩ତାରିଖ ପୂର୍ବରୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ରହିଥିବା ମତ୍ସ୍ୟଜୀବୀ ଉପକୂଳକୁ ଫେରି ଆସିବାକୁ ପାଣିପାଗ ବିଭାଗ ପକ୍ଷରୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ବାଲେଶ୍ବର, ବାରିପଦା, କେନ୍ଦୁଝର, କୋରାପୁଟ, ଦାରିଙ୍ଗବାଡି, ଭଦ୍ରକ, ରାୟଗଡା ଜିଲାର କିଛି ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ହୋଇଛି। ରାଜ୍ୟର ବିଭିନ୍ନ ଅଞ୍ଚଳରେ ତାପମାତ୍ରା ଅଧିକ ରହିଛି। ଝାରସୁଗୁଡାରେ ଦିନ ତାପମାତ୍ରା ୪୨.୪ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ୧୦ ସହରରେ ଦିନ ତାପମାତ୍ରା ୪୦ଡିଗ୍ରୀ କିମ୍ବା ଅଧିକ ରେକର୍ଡ ହୋଇଛି। ଉପକୂଳରେ ଅସହ୍ୟ ଗୁଳୁଗଳି ତଥା ଉଷ୍ମ-ଆର୍ଦ୍ର ପାଣିପାଗ ସ୍ଥିତି ଜାରି ରହିଛି। ଆଗାମୀ ୩ଦିନ ମଧ୍ୟରେ ଆହୁରି ୨ରୁ ୩ ଡିଗ୍ରୀ ଯାଏଁ ତାତି ବଢ଼ିବା ସମ୍ଭାବନା ରହିଛି। ଏହି ସମୟରେ ଗ୍ରୀଷ୍ମପ୍ରବାହ ଜାରି ରହିବ। ଖୋର୍ଦ୍ଧାରେ ୪୧ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବାବେଳେ ନୂଆପଡା ୪୦.୪, ବୌଦ୍ଧ ୪୧, ବଲାଙ୍ଗିର ୪୧.୨, ଭବାନୀପାଟଣା ୪୦, ହୀରାକୁଦ ୪୧.୬, ସୁନ୍ଦରଗଡ ୪୧.୭, ସମ୍ବଲପୁର ୪୨, କେନ୍ଦୁଝର ୪୦, ଭୁବନେଶ୍ବର ୩୮.୮ ଏବଂ କଟକରେ ୩୮.୨ ଡିଗ୍ରୀ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନୂଆପଡା, ସମ୍ବଲପୁର, ସୁନ୍ଦରଗଡ କେନ୍ଦୁଝର, ବରଗଡ, ବୌଦ୍ଧ ଏବଂ ବଲାଙ୍ଗିରର କିଛି ଅଞ୍ଚଳରେ ଗ୍ରୀଷ୍ମପ୍ରବାହ ଲାଗି ରହିବ। ନୂଆପଡାରେ ତାପମାତ୍ରା ୪୪ଡିଗ୍ରୀ ଟପିବା ସମ୍ଭାବନା ଥିବାବେଳେ ବୌଦ୍ଧରେ ୪୨ ଡିଗ୍ରୀ ଛୁଇଁପାରେ। ବରଗଡ, ସୁନ୍ଦରଗଡ, ରାଉରକେଲା, ଟିଟିଲାଗଡ ଏବଂ ସୁବର୍ଣ୍ଣପୁରରେ ପାରଦ ୪୦ରୁ ୪୧ ଡିଗ୍ରୀ ରହିବା ସମ୍ଭାବନା ରହିଛି। ଅପରାହ୍ଣରେ ଉପକୂଳ ଓଡ଼ିଶାର ଗୋଟିଏରୁ ଦୁଇଟି ସ୍ଥାନ ସହିତ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ ଏବଂ ଢେଙ୍କାନାଳ ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହିତ ବର୍ଷା ସମ୍ଭାବନା ରହିଛି। ବଜ୍ରପାତ ନେଇ ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି ଏବଂ କୋରାପୁଟ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Powered by Froala Editor

Tags Rain

Related articles Odisha News Lens 4.1

  • ଗ୍ୟାସ୍ ମୂଲ୍ୟ ବୃଦ୍ଧି: ବୈକୁଣ୍ଠ ଧାମ ଶ୍ମଶାନରେ ଗ୍ୟାସ ଚୁଲି ବନ୍ଦ
    ଦେଶ-ଦେଶାନ୍ତର

    ଗ୍ୟାସ୍ ମୂଲ୍ୟ ବୃଦ୍ଧି: ବୈକୁଣ୍ଠ ଧାମ ଶ୍ମଶାନରେ ଗ୍ୟାସ ଚୁଲି ବନ୍ଦ

    14563
    Mar 10, 2026
  • ପାକିସ୍ତାନରେ ତେଲ ଅଭାବ: ଦୁଇ ସପ୍ତାହ ପାଇଁ ସ୍କୁଲ ବନ୍ଦ, ସରକାରୀ କାର୍ଯ୍ୟାଳୟଗୁଡ଼ିକ ...
    ଦେଶ-ଦେଶାନ୍ତର

    ପାକିସ୍ତାନରେ ତେଲ ଅଭାବ: ଦୁଇ ସପ୍ତାହ ପାଇଁ ସ୍କୁଲ ବନ୍ଦ, ସରକାରୀ କାର୍ଯ୍ୟାଳୟଗୁଡ଼ିକ ...

    13952
    Mar 10, 2026
  • କମିଲା ସୁନା ଦର, ଜାଣନ୍ତୁ କେତେ?
    ଦେଶ-ଦେଶାନ୍ତର

    କମିଲା ସୁନା ଦର, ଜାଣନ୍ତୁ କେତେ?

    13946
    Mar 09, 2026
  • ଭାରତ ଏବଂ ଇରାନ ମଧ୍ୟରେ ଉଚ୍ଚସ୍ତରୀୟ ଆଲୋଚନା
    ଦେଶ-ଦେଶାନ୍ତର

    ଭାରତ ଏବଂ ଇରାନ ମଧ୍ୟରେ ଉଚ୍ଚସ୍ତରୀୟ ଆଲୋଚନା

    13859
    Mar 08, 2026
  • ସ୍ବଦେଶ ପ୍ରତ୍ୟାବର୍ତ୍ତନ କଲେଣି ୫୨ ହଜାର ନାଗରିକ
    ଦେଶ-ଦେଶାନ୍ତର

    ସ୍ବଦେଶ ପ୍ରତ୍ୟାବର୍ତ୍ତନ କଲେଣି ୫୨ ହଜାର ନାଗରିକ

    14017
    Mar 09, 2026
  • ସତର୍କ କରାଇଲା ଆଇଏମ୍‌ଏଫ୍ : ଦରଦାମ୍‌ ବଢାଇଦେବ ମଧ୍ୟ ପ୍ରାଚ୍ୟ ଯୁଦ୍ଧ
    ଦେଶ-ଦେଶାନ୍ତର

    ସତର୍କ କରାଇଲା ଆଇଏମ୍‌ଏଫ୍ : ଦରଦାମ୍‌ ବଢାଇଦେବ ମଧ୍ୟ ପ୍ରାଚ୍ୟ ଯୁଦ୍ଧ

    14597
    Mar 10, 2026
  • ଇରାନକୁ ତୁରନ୍ତ ଆକ୍ରମଣ ବନ୍ଦ କରିବାକୁ ଚେତାବନୀ ଦେଲେ ଆରବ ଲିଗ୍ ମୁଖ୍ୟ
    ଦେଶ-ଦେଶାନ୍ତର

    ଇରାନକୁ ତୁରନ୍ତ ଆକ୍ରମଣ ବନ୍ଦ କରିବାକୁ ଚେତାବନୀ ଦେଲେ ଆରବ ଲିଗ୍ ମୁଖ୍ୟ

    15315
    Mar 09, 2026
  • ଟି୨୦ କ୍ରିକେଟ ବିଶ୍ୱକପ ଟାଇଟଲ ହାତେଇଲା ଭାରତ
    ଖେଳ ଖବର

    ଟି୨୦ କ୍ରିକେଟ ବିଶ୍ୱକପ ଟାଇଟଲ ହାତେଇଲା ଭାରତ

    14881
    Mar 08, 2026
  • ମଧ୍ୟପ୍ରାଚ୍ୟ ଯୁଦ୍ଧ ପ୍ରଭାବ, ଭାରତରେ ତେଲ ଦର ବଢ଼ିବ !
    ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟ ଯୁଦ୍ଧ ପ୍ରଭାବ, ଭାରତରେ ତେଲ ଦର ବଢ଼ିବ !

    13512
    Mar 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ପୃଥ୍ୱୀ ଶ’-ଆକୃତିଙ୍କ ନିର୍ବନ୍ଧ ଫଟୋ ସେୟାର

    13558
    Mar 10, 2026
  • ଦେଶ-ଦେଶାନ୍ତର

    ସ୍ବଦେଶ ପ୍ରତ୍ୟାବର୍ତ୍ତନ କଲେଣି ୫୨ ହଜାର ନାଗରିକ

    14017
    Mar 09, 2026
  • ଖେଳ ଖବର

    ଟି୨୦ କ୍ରିକେଟ ବିଶ୍ୱକପ ଟାଇଟଲ ହାତେଇଲା ଭାରତ

    14881
    Mar 08, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17364
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17775
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16248
    Apr 03, 2021

ବିଶେଷ

  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    14834
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14728
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    15174
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15328
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    14529
    Mar 02, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15671
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15128
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14981
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14495
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସ୍ବଦେଶ ପ୍ରତ୍ୟାବର୍ତ୍ତନ କଲେଣି ୫୨ ହଜାର ନାଗରିକ

    14017
    Mar 09, 2026
  • ମଧ୍ୟପ୍ରାଚ୍ୟ ଯୁଦ୍ଧ ପ୍ରଭାବ, ଭାରତରେ ତେଲ ଦର ବଢ଼ିବ !

    13512
    Mar 10, 2026
  • ପୃଥ୍ୱୀ ଶ’-ଆକୃତିଙ୍କ ନିର୍ବନ୍ଧ ଫଟୋ ସେୟାର

    13558
    Mar 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In