୨୯ ରେ ପୁଣି ମୋଦିଙ୍କ ଓଡ଼ିଶା ଗସ୍ତ

ଭୁବନେଶ୍ବର: ନିର୍ବାଚନ ପାଇଁ କେନ୍ଦ୍ରୀୟ ନେତୃମଣ୍ଡଳୀଙ୍କ ଘନ ଘନ ଓଡ଼ିଶା ଗସ୍ତ ଜାରି ରହିଛି। ଇତି ମଧ୍ୟରେ ଆସନ୍ତା ୨୯ ତାରିଖରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ନେଇ ବୁଧବାର ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂ ତୋମାର। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କେନ୍ଦ୍ରାପଡ଼ା ଓ ବାଲେଶ୍ବରରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ। ସାଧାରଣ ନିର୍ବାଚନ ପୂର୍ବରୁ ଏହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ଓଡ଼ିଶାରେ ଶେଷ ପ୍ରଚାର ବୋଲି କୁହାଯାଉଛି। ଏଠାରେ ସୂଚନାଯୋଗ୍ୟ, ଚଳିତ ମାସରେ ଏହା ପୂର୍ବରୁ ତିନି ଥର ଓଡ଼ିଶା ଆସିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ।
Powered by Froala Editor