ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ

ଭୁବନେଶ୍ଵର: ପଶ୍ଚିମ କେନ୍ଦ୍ରୀୟ ପାଶ୍ଵବର୍ତ୍ତୀ ଦକ୍ଷିର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତରପୂର୍ବ ଦିଗରେ ଗତି କରି ଘନୀଭୂତ ହୋଇ ୨୪ ତାରିଖ ସକାଳେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ୨୫ ତାରିଖ ସକାଳେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ପହଞ୍ଚିବ। ଏହାର ପ୍ରଭାବରେ ୨୫ ଓ ୨୬ ତାରିଖରେ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର କେତେକ ସ୍ଥାନରେ ବର୍ଷା ହୋଇପାରେ । ସେପଟେ ଆଜି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଗୁଳୁଗୁଳି ସହ ଗ୍ରୀଷ୍ମ ପ୍ରବାହ ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
Powered by Froala Editor