୨୫ ସକାଳ ସୁଦ୍ଧା ବାତ୍ୟା ସମ୍ଭାବନା

ଭୁବନେଶ୍ୱର : ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା। ୨୫ ସକାଳ ସୁଦ୍ଧା ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା ରହିଛି। ୨୬ ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେଇପାରେ। ବାଂଲାଦେଶ ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ପାଖାପାଖି ପହଞ୍ଚିବ। ଏନେଇ ଗୁରୁବାର ଏକ୍ସ ଜରିଆରେ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି। ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ସୁଦୃଶ ଲଘୁଚାପରେ ପରିଣତ ହେବ। ଶୁକ୍ରବାର ସକାଳ ସୁଦ୍ଧା ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ଏହାର ପ୍ରଭାବ ଓଡିଶା ଉପରେ ରହିବନି ବୋଲି ପୂର୍ବରୁ ଆଇଏମଡି ଡିଜି କହିଛନ୍ତି।
ୱେଲମାର୍କ ଲୋ ପ୍ରେସରରେ ପରିଣତ ହେଲା ଲଘୁଚାପ। ବାତ୍ୟା ନେଇ ପାଗ ଅନୁକୂଳ ରହିଛି। ୨୬ ତାରିଖରେ ଏହା ସ୍ଥଳଭାଗ ଛୁଇଁବ। ସିଭିୟର ସାଇକ୍ଲୋନିକ ଷ୍ଟର୍ମ ଭାବରେ ସ୍ଥଳଭାବ ଛୁଇଁବ। ପଶ୍ଚିମବଙ୍ଗ ବାଲାଂଦେଶ ମଧ୍ୟ ଭାଗରେ ଉପକୂଳରେ ସ୍ଥଳଭାଗ ଛୁଇଁବ। ଏହାର ପ୍ରଭାବରେ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।
Powered by Froala Editor