Amudan Chemical କମ୍ପାନୀରେ ବିସ୍ଫୋରଣ : ୭ ଜଣଙ୍କର ମୃତ୍ୟୁ

ମହାରାଷ୍ଟ୍ରର ଠାଣେ ଜିଲ୍ଲାର ଡୋମ୍ବିୱଲିରେ କେମିକାଲ କମ୍ପାନୀରେ ବିସ୍ଫୋରଣ ପରେ ନିଆଁ ଲାଗି ଯାଇଛି। ଏହି ବିସ୍ଫୋରଣରେ ଅତି କମରେ ୭ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ପଚାଶରୁ ଅଧିକ ଲୋକ ଆହତ ହୋଇଛନ୍ତି। ବଏଲର ଫାଟିବା ଯୋଗୁଁ ଏହି ଦୁର୍ଘଟଣା ହୋଇଥିବା ଜଣାଯାଇଛି ।
ପ୍ରାଥମକି ସୂଚନା ଅନୁଯାୟୀ, Amudan Chemical କଂପାନୀରେ ଏହି ଘଟଣା ଘଟିଛି। ବିସ୍ଫୋରଣ ପରେ କମ୍ପାନୀରେ ନିଆଁ ଲାଗି ଯାଇଥିଲା। ତା’ ସହିତ ପାର୍କିଂରେ ଥିବା ଗାଡ଼ିଗୁଡ଼ିକରେ ମଧ୍ୟ ନିଆଁ ଲାଗି ଯାଇଥିଲା। ସେହିପରି ଏହି ନିଆଁ ଆଖପାଖରେ ଥିବା ୩ଟି କୋଠାକୁ ବ୍ୟାପୀ ଯାଇଥିଲା। ସେଥିରୁ ଗୋଟିଏରେ କାର୍ ଶୋ’ରୁମ୍ ରହିଛି। କାର୍ ଶୋ’ରୁମ୍ର ପ୍ରାୟ ୧୨ଟି ଗାଡ଼ି ପୋଡ଼ି ଯାଇଥିବା ଜଣାପଡ଼ିଛି।
ଖବର ପାଇଁ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଥିଲା। ୧୫ଟି ଦମକଳ ଗାଡ଼ିକୁ ନିଆଁ ଲିଭାଇବା ପାଇଁ ମୁତୟନ କରାଯାଇଛି। ଖବର ଲେଖାଯିବାକୁ ନିଆଁ ଲିଭା କାର୍ଯ୍ୟ ଜାରି ରହିଛି। ରାସାୟନିକ କାରଖାନାରେ ବିସ୍ଫୋରଣ ପରେ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍ କହିଛନ୍ତି ଯେ ଡୋମ୍ବିୱଲି ଏମଆଇଡିସିର ଅମୁଦାନ କେମିକାଲ୍ କମ୍ପାନୀରେ ବଏଲର ବିସ୍ଫୋରଣ ଘଟଣା ଅତ୍ୟନ୍ତ ଦୁଃଖଦାୟକ। ଏହି ଘଟଣାରେ ୮ ଜଣଙ୍କୁ ନିଲମ୍ବିତ କରାଯାଇଛି।
Powered by Froala Editor