ଅଟୋରେ ଆସିଲେ, ଭୋଟ ଦେଇ ଏହା କହିଲେ ପାଣ୍ଡିଆନ୍
ଭୁବନେଶ୍ୱର: ଆଜି ରାଜ୍ୟରେ ତୃତୀୟ ପର୍ୟ୍ୟାୟ ମତଦାନ। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର, କଟକ, ପୁରୀ, ସମ୍ବଲପୁର, ଢେଙ୍କାନାଳ ଓ କେନ୍ଦୁଝର ସଂସଦୀୟ କ୍ଷେତ୍ର ସମେତ ୪୨ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆରମ୍ଭ ହୋଇଛି ମତଦାନ। ଏହି ପରିପେକ୍ଷୀରେ ୫-ଟି ସଚିବ ତଥା ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ୍ ଅଟୋରେ ଆସି ୟୁନିଟ୍-୬, ୪୪ ନମ୍ବର ବୁଥ୍ରେ ପହଞ୍ଚି ଭୋଟ ଦେଇଛନ୍ତି। ଯାହାର ଫଟୋ ଭାଇରାଲ ହେବାରେ ଲାଗିଛି। ଭୋଟ ଦେବା ପରେ ପାଣ୍ଡିଆନ କହିଛନ୍ତି, ସମସ୍ତେ ଆସି ବହୁ ସଂଖ୍ୟାରେ ଭୋଟ ଦିଅନ୍ତୁ ଏବଂ ଗଣତନ୍ତ୍ରର ମହାପର୍ବରେ ସାମିଲ ହୁଅନ୍ତୁ । ଭାରତ ନିଜର ଗଣତନ୍ତ୍ରକୁ ନେଇ ପରିଚିତ । ତେଣୁ ଅଧିକରୁ ଅଧିକ ସଂଖ୍ୟାରେ ଆସି ଭୋଟ ଦିଅନ୍ତୁ । ଅଟୋ ଚାଳକ ସଂଘ ମୋତେ ଆଟୋରେ ବସିବାକୁ ଅନୁରୋଧ କରିଥିଲେ, ତେଣୁ ଅଟୋରେ ଆସି ଭୋଟ ଦେଲି । ଛାତ୍ରଜୀବନ ସମୟରେ ଅଟୋରେ ଯାଉଥିଲୁ, ସେ ପୁରୁଣା ସ୍ମୃତି ମନେ ପଡିଲା ।
ରାଜ୍ୟରେ ଆଜି ତୃତୀୟ ପର୍ୟ୍ୟାୟ ଭୋଟ୍। ସକାଳ ୭ରୁ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି। ଏହା ପୂର୍ବରୁ ବିଭିନ୍ନ ସ୍ଥାନରେ ମକ୍ ପୋଲିଂ ହୋଇଛି। ସକାଳୁ ସକାଳୁ ଅସହ୍ୟ ଗୁଳୁଗୁଳି ସତ୍ତ୍ୱେ ବୁଥମାନଙ୍କରେ ଭୋଟରମାନେ ଭିଡ଼ ଲଗାଇଛନ୍ତି।
ଆଜି ୬ ଲୋକସଭା ଆସନ କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁର ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଛି। ୬ ସଂସଦୀୟ କ୍ଷେତ୍ର ପାଇଁ ରଣାଙ୍ଗନରେ ଅଛନ୍ତି ୬୪ ପ୍ରାର୍ଥୀ। ସେମାନଙ୍କ ମଧ୍ୟରୁ ୫୫ ଜଣ ପୁରୁଷ ଓ ୯ ଜଣ ମହିଳା ପ୍ରାର୍ଥୀ ଅଛନ୍ତି। ସେହିପରି ୪୨ ବିଧାନସଭା ଆସନରେ ଭାଗ୍ୟ ପରୀକ୍ଷା କରୁଛନ୍ତି ୩୮୩ ପ୍ରାର୍ଥୀ । ଏମାନଙ୍କ ମଧ୍ୟରୁ ୩୩୯ ଜଣ ପୁରୁଷ ଏବଂ ୪୪ ଜଣ ମହିଳା ପ୍ରାର୍ଥୀ ଅଛନ୍ତି।
Powered by Froala Editor