୧୨ ଜିଲାକୁ ବର୍ଷା ଓ ବଜ୍ରପାତ ସତର୍କତା
ଭୁବନେଶ୍ୱର: ଉତ୍ତର ପଶ୍ଚିମ ରାଜସ୍ଥାନରୁ ଉତ୍ତର ପୂର୍ବ ବଙ୍ଗୋପସାଗର ପର୍ଯ୍ୟନ୍ତ ଏବଂ ଦକ୍ଷିଣ ପୂର୍ବ ଉତ୍ତର ପ୍ରଦେଶ ଓ ଏହାର ପାର୍ଶ୍ବବର୍ତ୍ତୀ, ଦକ୍ଷିଣ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗର ଗାଙ୍ଗେୟ ଉପତ୍ୟକା ମଧ୍ୟରେ ଲଘୁଚାପ ବଳୟ ରହିଛି। ଉତ୍ତର ପୂର୍ବ ଉତ୍ତର ପ୍ରଦେଶରେ ସୃଷ୍ଟ ଲଘୁଚାପ ଉତ୍ତର ପ୍ରଦେଶରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମ ଧରଣ ବର୍ଷା ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୨ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ନୂଆପଡା, ବଲାଙ୍ଗିର, ସୋନପୁର, ସୁନ୍ଦରଗଡ, ସମ୍ବଲପୁର, ଝାଡ଼ଖଣ୍ଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ ଓ ବରଗଡ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଉପରୋକ୍ତ ଜିଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
Powered by Froala Editor