ପୁରୀ ବାଣ ବିସ୍ଫୋରଣରେ ଆହତଙ୍କୁ ଭେଟି ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପ ଖେଳ ବେଳେ ଭୟଙ୍କର ବାଣ ବିସ୍ଫୋରଣ ଆହତଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ମୁଖ୍ୟମନ୍ତ୍ରୀ ପହଞ୍ଚି, ଆହତ ମାନଙ୍କୁ ଭେଟିବା ସହ ସେମାନଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ଏଥି ସହିତ ଆହତମାନଙ୍କ ଉତ୍ତମ ଚିକିତ୍ସା ସୁନିଶ୍ଚିତ କରିବା ନେଇ ହସ୍ପିଟାଲ କର୍ତ୍ତୃପକ୍ଷ ଓ ଡାକ୍ତରମାନଙ୍କ ସହ ଆଲୋଚନା କରିଛନ୍ତି।
ସୂଚନାଯୋଗ୍ୟ ଶ୍ରୀକ୍ଷେତ୍ର ଭଉଁରି ଯାତରେ ବୁଧବାର ଘଟିଛି ଅଘଟଣ। ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପ ଖେଳ ବେଳେ ବାଣ ଫୁଟି ୩୦ରୁ ଅଧିକ ଗୁରୁତର ଆହତ ହୋଇଛନ୍ତି। ତେବେ ସେମାନଙ୍କ ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟମାନଙ୍କର ଚିକିତ୍ସା ଜାରି ରହିଛି। ଗୁରୁତରଙ୍କ ମଧ୍ୟରୁ ଅଧିକାଂଶ ଛୋଟ ଶିଶୁ ବି ରହିଛନ୍ତି। ଅଧିକାଂଶଙ୍କ ଶରୀର ୭୦ରୁ ୮୦ ପ୍ରତିଶତ ପୋଡ଼ି ଯାଇଛି।
Powered by Froala Editor