ଶ୍ରୀକ୍ଷେତ୍ରରେ ବାଣ ବିସ୍ଫୋରଣ ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର : ଶ୍ରୀକ୍ଷେତ୍ର ଭଉଁରି ଯାତରେ ବାଣ ବିସ୍ଫୋରଣ ଘଟଣାରେ ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗତକାଲି ରାତିରେ ଘଟିଥିବା ଏହି ଅଘଟଣରେ ବର୍ତ୍ତମାନ ସୁଦ୍ଧା ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ ଆହତ ଚିକିତ୍ସିତ ହେଉଛନ୍ତି।
ଏହି ଅଘଟଣ ନେଇ ଗତକାଲି ରାତିରେ ଖବର ଆସିବା ପରେ ମୁଖ୍ୟମନ୍ତ୍ରୀ ତୁରନ୍ତ ମୁଖ୍ୟ ଶାସନ ସଚିବ ଓ ଜିଲ୍ଲା ପ୍ରଶାସନକୁ ଆହତମାନଙ୍କୁ ଚିକିତ୍ସା ବ୍ୟବସ୍ଥା କରାଇବା ନେଇ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ଆଜି ପୂର୍ବାହ୍ନରେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ପହଞ୍ଚି ଚିକିତ୍ସିତ ହେଉଥିବା ଆହତମାନଙ୍କୁ ଭେଟିଥିଲେ। ସେମାନଙ୍କର ଚିକିତ୍ସା ବ୍ୟବସ୍ଥାରେ ରହିଥିବା ମୁଖ୍ୟ ଡାକ୍ତରମାନଙ୍କ ସହିତ ଆଲୋଚନା କରିଥିଲେ ଏବଂ ସେମାନଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇଦେବା ପାଇଁ ପରାମର୍ଶ ଦେଇଥିଲେ। ପରେ ମୁଖ୍ୟମନ୍ତ୍ରୀ ଆହତମାନଙ୍କ ପରିବାରବର୍ଗଙ୍କୁ ଭେଟିଥିଲେ ଏବଂ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ।
Powered by Froala Editor