ଆସନ୍ତାକାଲି ଆସିବ ନେତାଙ୍କ ଭାଗ୍ୟ ପରୀକ୍ଷାର ଫଳ
ଭୁବନେଶ୍ୱର: ଆସନ୍ତାକାଲି ଭୋଟ ଗଣତି। ସାମନାକୁ ଆସିବ ନେତାଙ୍କ ଭାଗ୍ୟ ପରୀକ୍ଷାର ଫଳ। କାହାକୁ ଜନତା ମୁକୁଟ ପିନ୍ଧାଇବେ ଓ କାହାର ଆଶା ଆଶାରେ ରହିଯିବ ତାହା କାଲି ସ୍ପଷ୍ଟ ହୋଇଯିବ ।
ଏହା ପୂର୍ବରୁ ରାଜ୍ୟର ୬୯ଟି ସ୍ଥାନରେ ଷ୍ଟ୍ରଙ୍ଗ ରୁମରେ କଡ଼ା ସୁରକ୍ଷାରେ ରହିଛି ଇଭିଏମ୍ ଓ ଭିଭିପାଟ୍। ଷ୍ଟ୍ରଙ୍ଗରୁମ୍ ଚାରିପଟେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସିସିଟିଭି ସର୍ଭେଲାନ୍ସ ଅଧୀନରେ ରହିଛି ଷ୍ଟ୍ରଙ୍ଗ ରୁମ୍। ଷ୍ଟ୍ରଙ୍ଗ ରୁମ୍ ବାହାରେ ଦିନ ରାତି ପଇଁତରା ମାରୁଛନ୍ତି ପୁଲିସ ।
ଭୁବନେଶ୍ୱର ବିଜେବି କଲେଜରେ ହୋଇଥିବା ଷ୍ଟ୍ରଙ୍ଗରୁମରେ କଡା ସୁରକ୍ଷା ବଳୟରେ ରହିଛି ଇଭିଏମ। ଉଭୟ ସିଏପିଏଫ ଓ ଷ୍ଟେଟ୍ ଆର୍ମଡ଼ ପୁଲିସ ସହ କମିଶନରେଟ ପୋଲିସ ଷ୍ଟ୍ରଙ୍ଗ ରୁମ ଦାୟିତ୍ୱରେ ରହିଛନ୍ତି।ସେପଟେ ରାଜ୍ୟରେ ନିର୍ବାଚନ ପରବର୍ତ୍ତୀ ଆଇନଶୃଙ୍ଖଳା ବଜାୟ ରଖିବାକୁ ଗୁରୁତ୍ୱ ଦେଇଛନ୍ତି ନିର୍ବାଚନ କମିଶନ। ଜୁନ୍ ୬ ପର୍ୟ୍ୟନ୍ତ ଓଡ଼ିଶାରେ ମୁତୟନ ରହିବେ ଅଧିକ ୭୦ କମ୍ପାନୀ ସିଏପିଏଫ। ଷ୍ଟ୍ରଙ୍ଗରୁମ୍, କାଉଣ୍ଟିଂ ସେଣ୍ଟରରେ ୨୫ କମ୍ପାନୀ ମୁତୟନ ନେଇ ନିଷ୍ପତ୍ତି ହୋଇଥିଲା। ତେବେ ନିର୍ବାଚନ ପରବର୍ତ୍ତୀ ଆଇନଶୃଙ୍ଖଳାକୁ ଦେଖି ଅଧିକ ସିଏପିଏଫ ମୁତୟନ ନିଷ୍ପତ୍ତି ନିଆଯାଇଛି।
Powered by Froala Editor