ଚିଲିକାରେ ବିଜେପି ପ୍ରାର୍ଥୀ ପୃଥ୍ୱୀରାଜ ହରିଚନ୍ଦନ ଆଗୁଆ
ଭୁବନେଶ୍ୱର: ଓଡ଼ିଶା ବିଧାନସଭା ନିର୍ବାଚନ ଶେଷ ପରେ ଆଜି ଭୋଟ ଗଣତି ଜାରି ରହିଛି । ତେବେ ପ୍ରାରମ୍ଭିକ ଟ୍ରେଣ୍ଡ ଅନୁଯାୟୀ ବିଜେପି ଆଗକୁ ଆଗକୁ ମାଡ଼ି ଚାଲିଛି । ସିଟ ସଂଖ୍ୟା ତୁଳନାରେ ବିଜେଡି ବହୁ ପଛରେ ଚାଲିଛି । ବର୍ତ୍ତମାନର ଟ୍ରେଣ୍ଡ ଅନୁଯାୟୀ ବିଜେପି ୭୬ଟି ଆସନରେ ଆଗୁଆ ଥିବାବେଳେ ବିଜେଡି ୫୬ ଓ କଂଗ୍ରେସ ୧୧ଟି ଆସନରେ ଆଗୁଆ ରହିଛି । ତେବେ ଚିଲିକା ନିର୍ବାଚନମଣ୍ଡଳୀରେ ବିଜେପି ପ୍ରାର୍ଥୀ ପୃଥ୍ୱୀରାଜ ହରିଚନ୍ଦନ ଆଗୁଆ ଅଛନ୍ତି ।
୧୮ରୁ ବର୍ତ୍ତମାନ ସୁଦ୍ଧା ୬ ରାଉଣ୍ଡ ଗଣତି ହୋଇଥିବାବେଳେ ବିଜେପି ପ୍ରାର୍ଥୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ୩୦୧୪୧ଖଣ୍ଡ ଭୋଟ ମିଳିଥିବାବେଳେ ବିଜେଡି ପ୍ରାର୍ଥୀ ରଘୁନାଥ ସାହୁଙ୍କୁ ୨୭୫୪୫ଖଣ୍ଡ ଭୋଟ ମିଳିଛି । ଅନ୍ୟପକ୍ଷରେ କଂଗ୍ରେସ ପ୍ରାର୍ଥୀ ପ୍ରଦୀପ କୁମାର ସ୍ୱାଇଁଙ୍କୁ ୧୨୭୭ଖଣ୍ଡ ଭୋଟ ମିଳିଛି ।
Powered by Froala Editor